ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟକୁ ଆକ୍ରାନ୍ତ କରିବ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ କଲା ପାଣିପାଗ କେନ୍ଦ୍ର

୧୫ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ୪ଟି ଜିଲ୍ଲାରେ ପ୍ରବଳତର ବର୍ଷା ଆଶଙ୍କା

ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟକୁ ଆକ୍ରାନ୍ତ କରିବ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ କଲା ପାଣିପାଗ କେନ୍ଦ୍ର

ଭୁବନେଶ୍ୱର: ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଆହୁରି ୨୪ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିବ ଭୁବନେଶ୍ୱର ଅଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ଅତି ପ୍ର୍ରବଳରୁ ପ୍ରବଳତର ବର୍ଷା ହେବାର ସମ୍ଭାବନା ରହିଛି ବୋଲି ମଧ୍ୟ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଆଜି ଅପରାହ୍ନ ୨ଟାରେ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ସମ୍ଭାବ୍ୟ ବର୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ବର୍ଷାର ସମ୍ମୁଖୀନ ହେବାକୁ ଥିବା ଜିଲ୍ଲାଗୁଡ଼ିକର ଜିଲ୍ଲାପାଳ ସମେତ ସ୍ୱତନ୍ତ୍ର ରିଲିଫ କମିଶନର ଏବଂ ରାଜ୍ୟ ସରକାରଙ୍କୁ ବିଧିବଦ୍ଧ ଭାବେ ବିଭାଗ ପକ୍ଷରୁ ଅବଗତ କରାଯାଇଛି।

publive-image

ତେବେ ଆଗାମୀ ୨୪ଘଣ୍ଟା ମଧ୍ୟରେ ୧୫ ଜିଲ୍ଳାରେ କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କଟକ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ସୋନପୁର, ସମ୍ବଲପୁର, ଦେଓଗଡ଼, ଝାରସୁଗୁଡା ଓ ବରଗଡ଼ ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାସବୁ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଝଡତୋଫାନ ଆଶଙ୍କା ରହିଥିବା କହିଛି ପାଣିପାଗ ବିଭାଗ।

ସେହିପରି ପ୍ରବଳରୁ ପ୍ରବଳତର ବର୍ଷା ଅନୁଗୁଳ, ଢ଼େଙ୍କାନାଳ, ସମ୍ବଲପୁର ଓ ବୌଦ୍ଧରେ ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି।

ଆସନ୍ତାକାଲି ଠାରୁ ବର୍ଷା କମିପାରେ ବୋଲି ଆକଳନ କରାଯାଇଛି । ତେବେ ୧୦ ତାରିଖ ବେଳକୁ ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଉପରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ସେପଟେ ବର୍ଷା ନେଇ ସବୁ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଲେ ଡେପୁଟି ଏସଆରସି । ଭୁବନେଶ୍ୱର ଓ ପୁରୀରେ ଜଳବନ୍ଦୀ ସମସ୍ୟା ଦେଖାଦେଇଛି । ଅଗ୍ନିଶମ ବିଭାଗ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଆସନ୍ତାକାଲି ପୁରୀରେ ୩୯୪ମିିଲିମିଟର ବର୍ଷା ରେକର୍ଡ କରାଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe