ଆସନ୍ତାକାଲି ପର୍ଯ୍ୟନ୍ତ ଅନେକ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା; ରେଡ ଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

Advertisment
ଆସନ୍ତାକାଲି ପର୍ଯ୍ୟନ୍ତ ଅନେକ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା; ରେଡ ଓ୍ଵାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ

ଭୁବନେଶ୍ୱର:  ରାଜ୍ୟରେ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ଅତି ପ୍ରବଳ ବର୍ଷା ସମ୍ଭାବନାକୁ ଦେଖି ଗୁରୁବାର ୫ଟି ଜିଲ୍ଲାକୁ ପାଣିପାଗ ବିଜ୍ଞାନ କେନ୍ଦ୍ର ରେଡ ଓ୍ଵାର୍ଣ୍ଣିଂ ଜାରି କରିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ଢ଼େଙ୍କାନାଳ, କେନ୍ଦୁଝର, କଟକ, ଖୋର୍ଦ୍ଧା ଓ ପୁରୀ ଆଦି ରହିଛି। ଉକ୍ତ ଜିଲ୍ଲାର ବାସିନ୍ଦାଙ୍କୁ ବର୍ଷା ସମୟରେ ସତର୍କ ରହିବାକୁ ପରାମର୍ଶ ଦିଆଯିବା ସହିତ ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

ସେହିପରି ପ୍ରବଳ ବର୍ଷା ପାଇଁ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଗଞ୍ଜାମ, ନୟାଗଡ଼, ଦେବଗଡ଼ ଓ ଅନୁଗୋଳ ଜିଲ୍ଲାକୁ ପାଣିପାଗ ବିଜ୍ଞାନ କେନ୍ଦ୍ରପକ୍ଷରୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

publive-image

ଦୁଇଦିନ ଧରି ରାଜ୍ୟରେ ଲଗାଣ ବର୍ଷା ଜାରି ରହିଛି। ଏଥିପାଇଁ ଆଜି ୮ଟି ଜିଲ୍ଲାର ସ୍କୁଲ ଓ ଅଙ୍ଗନବାଡି କେନ୍ଦ୍ର ବନ୍ଦ ରଖିବାକୁ ଜିଲ୍ଲା ପ୍ରଶାସନ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ଏହି ଲଗାଣ ବର୍ଷା ହେତୁ ରାୟଗଡା ଜିଲ୍ଲା ଗୁଣପୁର ବ୍ଲକ ପୁଟାସିଂ ନିକଟ ରେଜିଙ୍ଗତାଲ ଘାଟିରେ ଭୁସ୍ଖଳନ ହୋଇ ବହୁ ବଡ଼ ବଡ଼ ପଥର ଖଣ୍ଡ ପାହାଡ଼ ଉପରୁ ଖସି ରାସ୍ତାରେ ପଡିଛି।

publive-image

କେବଳ ଏତିକି ନୁହେଁ, ଲଗାଣ ବର୍ଷାରେ ସ୍ମାର୍ଟସିଟ୍‌ ଭୁବନେଶ୍ୱର ବେହାଲ ହୋଇଥିବା ସହିତ ଆସିକା-ଦିଗପହଣ୍ଡି ମୁଖ୍ୟରାସ୍ତା ଧୋଇ ହୋଇଯାଇଛି। ବୁଧେଶ୍ୱର ନିକଟସ୍ଥ ପୋଚକା ନାଳ ଉପରେ ନିର୍ମିତ ଏହି ରାସ୍ତା ଧୋଇଯିବାରୁ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡ଼ିଛି। ଏପଟେ ଲଗାଣ ବର୍ଷା ହେତୁ ହରଭାଙ୍ଗୀ ନଦୀ ଓ ଅଠରନଳାରେ ଜଳସ୍ତର ବୃଦ୍ଧି ପାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe