ପାଣିପାଗ: ୫ ଜିଲ୍ଲାରେ ପ୍ରବଳ ବର୍ଷା ଆଶଙ୍କା, ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଗତ ଲଘୁଚାପ ଯୋଗୁଁ ସକ୍ରିୟ ହୋଇଥିବା ମୌସୁମୀ ସାରା ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହୋଇପାରେ । ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ତରଫରୁ ଦିଆଯାଇଥିବା ସୂଚନା ଅନୁସାରେ ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ସେହିପରି ପାଣିପାଗ ବିଭାଗ ରାଜ୍ୟର ୧୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି । ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, ଗଜପତି, ଗଂଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲାରେ ଘୂର୍ଣ୍ଣିଝଡ଼ ସହିତ ବଜ୍ରପାତ ହେବାର ଆଶଙ୍କା ରହିଛି ।

ସମ୍ବନ୍ଧିତ ଖବର