୫ ଜିଲ୍ଲାରେ ପ୍ରବଳ ବର୍ଷା ୧୯ରେ

ସୃଷ୍ଟି ହେଲା ଲଘୁଚାପ, ରାଜ୍ୟରେ ଆଉ ୪୮ ଘଣ୍ଟା ବର୍ଷା

Janam TV English

ଭୁବନେଶ୍ବର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା, ଉପକୂଳ ଓଡ଼ିଶାର ଅନେକ ସ୍ଥାନ ଓ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହେବ। ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର ଓ ବୌଦ୍ଧ ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ। ସେହିପରି ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝର ଆଦି ଜିଲ୍ଲାର କିଛି ସ୍ଥାନରେ ୧୯ ତାରିଖ ଦିନ ଭୀଷଣ ବର୍ଷା ହୋଇପାରେ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ତେ‌ବେ ୨୦ ଓ ୨୧ ତାରିଖ ଆଡ଼କୁ ବର୍ଷାର ବିସ୍ତୃତି ଓ ପରିମାଣ କମ ରହିବ। ଏହି ଦୁଇ ଦିନ ରାଜ୍ୟର କିଛି ସ୍ଥାନରେ ହାଲ୍‌କାରୁ ମଧ୍ୟମଧରଣର ବର୍ଷା ହୋଇପାରେ ବୋଲି କେନ୍ଦ୍ର କହିଛି।

କେନ୍ଦ୍ରର ସୂଚନା ମୁତାବକ, ରାଜ୍ୟରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବାହ ଜାରି ରହିଛି। ଏହା ପ୍ରଭାବରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ଜାରି ରହିଛି। ଆସନ୍ତା ୨ଦିନ ପର୍ଯ୍ୟନ୍ତ ମଧ୍ୟ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ।

ଗତ ୨୪ ଘଣ୍ଟାରେ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ଓ ଦକ୍ଷିଣ ଓଡ଼ିଶାର କିଛି କିଛି ସ୍ଥାନରେ ହାଲ୍‌କାରୁ ମଧ୍ୟମ ଧରଣର ବର୍ଷା ହୋଇଯାଇଛି। ସୋନପୁରରେ ସର୍ବାଧିକ ବର୍ଷା ଡୁଙ୍ଗୁରିପାଲିରେ ୮୭.୦ ମିମି‌‌ ରେକର୍ଡ କରାଯାଇଛି। ସେହିପରି କନ୍ଧମାଳ ଜିଲ୍ଲା ବାଲିକୁଦାରେ ୮୦.୬ ମିମି, ବରଗଡ଼ ଜିଲ୍ଲା ବିଜେପୁରରେ ୭୮.୦ମିମି ବର୍ଷା ହୋଇଥିବା କେନ୍ଦ୍ର ପକ୍ଷରୁ କୁହାଯାଇଛି। ଭୁବନେଶ୍ବରରେ ମଧ୍ୟ ୩.୫ମିମି ବର୍ଷା ହୋଇଛି ବୋଲି କେନ୍ଦ୍ର ପକ୍ଷରୁ କୁହାଯାଇଛି।

ବଙ୍ଗୋପସାଗରରେ ମୌସୁମୀ ପ୍ରବାହ ଜାରି ରହିଛି। ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକ ସମେତ ଦକ୍ଷିଣ ଓଡ଼ିଶାର କିଛି କିଛି ସ୍ଥାନରେ ପାଗ ମେଘୁଆ ରହିବା ସହ ପବନର ବେଗ ଅଧିକ ରହିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe