ସୃଷ୍ଟି ହେଲା ଆଉ ଏକ ଲଘୁଚାପ; ଉତ୍ତର ଓ ଉପକୂଳରେ ପ୍ରବଳ ବର୍ଷିଲା, ଆଜି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Advertisment
ସୃଷ୍ଟି ହେଲା ଆଉ ଏକ ଲଘୁଚାପ; ଉତ୍ତର ଓ ଉପକୂଳରେ ପ୍ରବଳ ବର୍ଷିଲା, ଆଜି ୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ଗୋଟିଏ ଲଘୁଚାପ ନ ଯାଉଣୁ ଆଜି ପୁଣି ପଶ୍ଚିମବଙ୍ଗ ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଜି ସକାଳେ ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଥିବା ବେଳେ ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଆଦି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷା ରେକର୍ଡ ହୋଇଛି। ଏହା ବ୍ୟତୀତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

କେନ୍ଦ୍ରର ସୂଚନା ମୁତାବକ ଲଘୁଚାପ ପ୍ରଭାବରେ ମଙ୍ଗଳବାର ମଧ୍ୟ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହେବ। ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଆଦି ୪ ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର। ‌ସେହିଭଳି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଧା, ପୁରୀ, ଅନୁଗୁଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି ଓ ‌ଢେଙ୍କାନାଳ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି। ଲଘୁଚାପ ପ୍ରଭାବରେ ଓଡ଼ିଶା ଉପକୂଳର ଉତ୍ତର ବଙ୍ଗୋପସାଗର ଅଶାନ୍ତ ରହିବ। ଏଣୁ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ଏହି ଅଞ୍ଚଳର ଗଭୀର ସମୁଦ୍ର ଅଞ୍ଚଳକୁ ପ୍ରବେଶ ନ କରିବାକୁ ମତ୍ସ୍ୟଜୀବୀମାନଙ୍କୁ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe