ଲଘୁଚାପ ପ୍ରଭାବରେ ମୌସୁମୀ ସକ୍ରିୟ: ୨ ଦିନ ପ୍ରବଳ ବର୍ଷିବ

Advertisment
୧୫ରେ ଅଧା ଓଡ଼ିଶାରେ ବର୍ଷା, ୟେଲୋୱାର୍ଣ୍ଣିଂ ଜାରି

en.gaonconnection.com

ଭୁବନେଶ୍ବର : ଘୂର୍ଣ୍ଣିବଳୟ ପ୍ରଭାବରେ ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସୋମବାର ସକାଳେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆଜି ଉପକୂଳ ଓ ସଂଲଗ୍ନ ଅଞ୍ଚଳ‌ରେ ବର୍ଷା ଆରମ୍ଭ ହୋଇଯାଇଛି। ପୁରୀ, ଖୋର୍ଧା, କଟକ, ଗଞ୍ଜାମ, ନୟାଗଡ଼, ଜଗତ୍‌ସିଂହପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ କୋରାପୁଟ ଆଦି ଜିଲ୍ଲାରେ ଆଜି ପ୍ରବଳ ବର୍ଷା ହୋଇଥିବା ବେଳେ ମାଲକାନଗିରି, ରାୟଗଡ଼ା, ଗଜପତି, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବରଗଡ଼ ଓ ଯାଜପୁର ଆଦି ଜିଲ୍ଲାରେ ଦିନତମାମ ବର୍ଷା ଲାଗି ରହିଛି।

publive-image The Bangkok Post

ଲଘୁଚାପ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହେବା ସହ ଉତ୍ତର ପଶ୍ଚିମ ଦିଗରେ ଓଡ଼ିଶା-ଉପକୂଳ ଆଡ଼କୁ ଗତି କରିବାର ସମ୍ଭାବନା ରହିଛି। ଫଳରେ ଆଜି ରାଜ୍ୟର ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ଅନୁଗୁଳ, ଦେବଗଡ଼, ବରଗଡ଼, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା ଆଦି ୯ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

ପାଣିପାଗ କେନ୍ଦ୍ର କହିଛି, ଏହି ୯ ଜିଲ୍ଲା ବ୍ୟତୀତ ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୧ ତାରିଖ ଦିନ ମଧ୍ୟ ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିବ। ବିଶେଷକରି ବରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ।

publive-image India Mike

ଅପରପକ୍ଷେ, ଲଘୁଚାପ ପ୍ରଭାବରେ ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି। ମୌସୁମୀଜନିତ ନିମ୍ନଚାପ ରେଖା ଆଜି ପଞ୍ଜାବର ଭତିଣ୍ଡାରୁ ବାହାରି ଦିଲ୍ଲୀ, ହରଦଇ, ବାରଣାସୀ, ରାଞ୍ଚି ଦେଇ ଓଡ଼ିଶାର ବାଲେଶ୍ବରରୁ ପୂର୍ବ ଦିଗରେ ଉତ୍ତର-ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ଲଘୁଚାପ କ୍ଷେତ୍ରର କେନ୍ଦ୍ର ଯାଏ ଲମ୍ବିଛି। ଫଳରେ ମୌସୁମୀ ପ୍ରଭାବରେ ବି ରାଜ୍ୟରେ ବର୍ଷା ଜାରି ରହିଛି। ଆଜି ରାଜଧାନୀ ଭୁବନେଶ୍ବର ଓ ଆଖପାଖ ଅଞ୍ଚଳରେ ପାଗ ମେଘୁଆ ରହିବ। ଦିନତମାମ ବର୍ଷା ଲାଗି ରହିପାରେ। ଆଜି ସକାଳୁ ସାଢ଼େ ୮ରୁ ସଂଧ୍ୟା ସାଢ଼େ ୫ଟା ପର୍ଯ୍ୟନ୍ତ ତାଳଚେରରେ ସର୍ବାଧିକ ୩୮ ମିମି ବର୍ଷା ହୋଇଯାଇଛି। ଏହାସହ ଚାନ୍ଦବାଲିରେ ୩୩.୯ ମିମି, ପାରାଦୀପରେ ୩୧.୭ ମିମି, ନବରଙ୍ଗପୁରରେ ୨୩.୪ ମିମି ଓ ରାଜଧାନୀ ଭୁ‌ବନେଶ୍ବରରେ ୩.୫ ମିମି ବର୍ଷା ହୋଇଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe