୬ଦିନ ଧରି ପ୍ରବଳ ବର୍ଷିବ, ୩ଟି ଜିଲ୍ଲାକୁ ରେଡ୍‌ ଆଲର୍ଟ

ଭୁବନେଶ୍ୱର: ଆଗମୀ ୬ଦିନ ଧରି ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୋମବାର ରିପୋର୍ଟ ପ୍ରକାଶ ପାଇଛି। ତେବେ ୨୪ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ବରଗଡ଼, ବଲାଙ୍ଗୀର, କନ୍ଧମାଳ, ସୋନପୁର, ରାୟଗଡ଼ା, ଗଞ୍ଜାମ, ନୟାଗଡ଼, ପୁରୀ, ଖୋର୍ଦ୍ଧା, ଅନୁଗୁଳ, କଟକ, ବୌଦ୍ଧ, ଦେବଗଡ଼, ସମ୍ବଲପୁର, ଝାରସୁଗୁଡା ଓ ସୁନ୍ଦରଗଡ଼ ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଅଶଙ୍କା ନେଇ କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁର ଆଦି ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଇଛି।

ସେହିପରି ୩୦ରୁ ୩୧ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ବରଗଡ଼, ନୂଆପଡ଼ା, ନବରଙ୍ଗପୁର, ସମ୍ବଲପୁର, ଝାରସୁଗୁଡା, ସୁନ୍ଦରଗଡ଼ ଓ ଦେବଗଡ଼ ଆଦି ଜିଲ୍ଲାରେ ବି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ୩୧ରୁ ଅଗଷ୍ଟ ୧ ତାରିଖ ମଧ୍ୟରେ ତିନିଟି ଜିଲ୍ଲା ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ୱର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରାଯାଇଛି। ୧ରୁ ୩ ତାରିଖ ମଧ୍ୟରେ ବି ରାଜ୍ୟରେ ଅନେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।

ସମ୍ବନ୍ଧିତ ଖବର