ରାଜ୍ୟରେ ୧୦ରୁ ୧୪ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା

Advertisment
ଖୋର୍ଦ୍ଧା ଜିଲ୍ଲାରେ କମୁଛି ମୌସୁମୀ ବର୍ଷାର ପରିମାଣ

en.gaonconnection.com

ଭୁବନେଶ୍ବର : ଆସନ୍ତା ୨ ଦିନ ପ୍ରାକ୍‌-ମୌସୁମୀ ବର୍ଷା ପରେ ୧୦ ତାରିଖ‌ରେ ଓଡ଼ିଶାକୁ ପ୍ରବେଶ କରିବ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ମୌସୁମୀ ଆଗମନ ଫଳରେ ୧୦ରୁ ୧୪ ତାରିଖ ପର୍ଯ୍ୟନ୍ତ ଉପକୂଳ ଓ ଉତ୍ତର ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ପବନର ବେଗ ମଧ୍ୟ ସ୍ବାଭାବିକଠାରୁ ଅଧିକ ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି।

କେନ୍ଦ୍ର କହିଛି ଯେ ୧୧ ତାରିଖ ଦିନ ରାଜ୍ୟର ୮ ଜିଲ୍ଲା ଯଥା ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଅନୁଗୁଳ ଓ ଢେଙ୍କାନାଳର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏଥିପାଇଁ ଏହି ଜିଲ୍ଲାଗୁଡ଼ିକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବରଗଡ଼, ପୁରୀ, ଖୋର୍ଧା, ନୟାଗଡ଼, କନ୍ଧମାଳ, ବୌଦ୍ଧ, ସୋନପୁର ଓ କଳାହାଣ୍ଡି ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ। ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜରି କରିଛି କେନ୍ଦ୍ର।

‌‌କେନ୍ଦ୍ରର ସୂଚନା ଅନୁଯାୟୀ, ମଙ୍ଗଳବାର ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, କୋରାପୁଟ ଓ ମାଲକାନଗିରି ଆଦି ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିଭଳି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ ଓ କନ୍ଧମାଳ ଆଦି ଜିଲ୍ଲାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ୯ ତାରିଖ ଦିନ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର ଓ ମୟୂରଭଞ୍ଜ ଆଦି ଜିଲ୍ଲାର କେତେକ ବିଜୁଳି, ଘଡ଼ଘଡ଼ ସହ ବର୍ଷା ହେବ। ଢେଙ୍କାନାଳ, ପୁରୀ, ଅନୁଗୁଳ, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ମୟୂରଭଞ୍ଜ ଓ କନ୍ଧମାଳ ଆଦି ଜିଲ୍ଲାରେ ମଧ୍ୟ ପ୍ରବଳ ବର୍ଷାର ସମ୍ଭାବନା ରହିଛି।

ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ତାପମାତ୍ରାରେ ପରିବର୍ତ୍ତନ ହେବ ନାହିଁ। ଏହାପରେ ତାପମାତ୍ରା ପ୍ରାୟ ୩ ଡିଗ୍ରି ପର୍ଯ୍ୟନ୍ତ ଖସିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe