ଆସନ୍ତା ୨ ଦିନ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା

Advertisment
୨୮ରୁ ବଢ଼ିବ ବର୍ଷାର ପରିମାଣ

WKBN.com

ଭୁବନେଶ୍ୱର : ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ଆଜି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି। ଆସନ୍ତା ୨ ଦିନ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଆସନ୍ତାକାଲି କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବୌଦ୍ଧ, ବରଗଡ଼, ବଲାଙ୍ଗୀର, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ, ସୋନପୁର, ସମ୍ବଲପୁର, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ହେବ। ସେହିପରି ୧୪ ତାରିଖ ଦିନ ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ବଲାଙ୍ଗୀର, ସୁନ୍ଦରଗଡ଼, ରାୟଗଡ଼ା, ମାଲକାନଗିରି ଓ କନ୍ଧମାଳ ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହାସହ ଆସନ୍ତାକାଲି ଉତ୍ତର ଓ ଦକ୍ଷିଣ ଓଡ଼ିଶାର କିଛି କିଛି ସ୍ଥାନରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବ। ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ବରଗଡ଼ ଓ କୋରାପୁଟର କୋଟପାଡ଼ରେ ସର୍ବାଧିକ ୫୦ ମିମି ବର୍ଷା ରେକର୍ଡ କରାଯାଇଛି। ଏଥିସହ ବରଗଡ଼ର ଅତାବିରା, ଆମ୍ବଭୋନା, କଳାହାଣ୍ଡି କଳମପୁରରେ ୪୦ ମିମି ଲେଖାଏଁ ବର୍ଷା ହୋଇଥିବା ଜଣାପଡ଼ିଛି। ଆଜି ପାରଳାଖେମୁଣ୍ଡିରେ ରାଜ୍ୟର ସର୍ବାଧିକ ତାପମାତ୍ରା ୩୬ ଡିଗ୍ରି ରେକର୍ଡ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe