ଭୁବନେଶ୍ୱର : ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ୩ ଦିନରେ କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ଓ କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ଆସନ୍ତା ୩ ଦିନ ପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ୨୫ ତାରିଖ ଯାଏ ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ୨୬ ତାରିଖରୁ ପରବର୍ତୀ ସପ୍ତାହେ ଯାଏ ବିଶେଷ ବର୍ଷାର ସମ୍ଭାବନା ନାହିଁ। ରାଜ୍ୟରେ ସେହି ସମୟରେ ମୌସୁମୀ ଆପାତତଃ ନିଷ୍କ୍ରିୟ ରହିବ। କାଁ ଭାଁ ବର୍ଷା ହେବ।
ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ମୁତାବକ, ରାଜ୍ୟରେ ଏବେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରହିଛି। ଝାଡ଼ଖଣ୍ଡ ଓ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ରହିଥିବା ଘୂର୍ଣ୍ଣିବଳୟ ଏବେ ଝାଡ଼ଖଣ୍ଡ ଓ ସଂଲଗ୍ନ ଅଞ୍ଚଳରେ ରହିଛି। ଏହା ପ୍ରଭାବରେ ଆଜି ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି, ବଲାଙ୍ଗୀର ଓ ବରଗଡ଼ ଆଦି ଜିଲ୍ଲାର ଅନେକାଂଶରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଣୁ ଏସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ଣ୍ଣିଂ ଜାରି କରିଛି। ସେହିଭଳି କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ନୂଆପଡ଼ା, ଖୋର୍ଧା, ପୁରୀ, କଟକ, ନୟାଗଡ଼, ଅନୁଗୁଳ, ସୋନପୁର, ସମ୍ବଲପୁର ଓ ଜଗତସିଂହପୁର ଜିଲ୍ଲାରେ ଆସନ୍ତାକାଲି ପ୍ରବଳ ବର୍ଷା ସମ୍ଭାବନାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରିହୋଇଛି।
en.gaonconnection.comଏଥିସହ ୨୩ ତାରିଖ ଦିନ ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ବୌଦ୍ଧ, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ସୋନପୁର ଓ ବରଗଡ଼ ଆଦି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହେବା ସହ ଗଜପତି, ଗଞ୍ଜାମ, କେନ୍ଦ୍ରାପଡ଼ା, କଟକ, କଳାହାଣ୍ଡି, କନ୍ଧମାଳ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ବଲାଙ୍ଗୀର ଆଦି ଜିଲ୍ଲରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨୪ ତାରିଖ ଦିନ ମଧ୍ୟ ସମ୍ବଲପୁର, ଦେବଗଡ଼, ବରଗଡ଼, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଆଦି ଜିଲ୍ଲାରେ ଭୀଷଣ ବର୍ଷିବାର ସମ୍ଭାବନା ରହିଛି। ଏଣୁ ଏହି ସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯିବା ସହ କିଛି ଜିଲ୍ଲାରେ ପ୍ରବଳ ଓ ମଧ୍ୟମ ବର୍ଷାକୁ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଗୁରୁବାର ଦିନ ରାଜ୍ୟର କିଛି ସ୍ଥାନରେ କାଁ ଭାଁ ବର୍ଷା ହୋଇଯାଇଛି। ୨୨ରୁ ୨୪ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। କଳାହାଣ୍ଡି, ବଲାଙ୍ଗୀର, ଫୁଲବାଣୀ ଓ ଗଞ୍ଜାମ ଜିଲ୍ଲାର କେତେକ ସ୍ଥାନରେ ୨୫ ତାରିଖରେ ପ୍ରବଳ ବର୍ଷା ହେବ। ଆସନ୍ତା ୨୬ ତାରିଖ ପର୍ଯ୍ୟନ୍ତ ପୁରୀଠାରୁ ବାଲେଶ୍ବର ପର୍ଯ୍ୟନ୍ତ ଉପକୂଳ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଶୁକ୍ରବାର ୨୨ ତାରିଖ ଦିନ ଓଡ଼ିଶା ଉପରେ ଏକ ଲଘୁଚାପ ସୃଷ୍ଟି ହେବ। ତାହା କ୍ରମଶଃ ବିସ୍ତୃତ ହେବ। ୨୫ରେ ଏହା ପାକିସ୍ତାନରୁ ଓଡ଼ିଶା ସଂଲଗ୍ନ ବଙ୍ଗୋପସାଗର ପର୍ଯ୍ୟନ୍ତ ବିସ୍ତୃତ ହେବ। ଫଳରେ ୨୫ ତାରିଖରେ ରାଜ୍ୟରେ ବିସ୍ତୃତ ଭାବେ ପ୍ରବଳ ବର୍ଷାର ସମ୍ଭାବନା ରହିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/06/rain-m17.jpg)