୧୪ ଓ ୧୫ରେ ପ୍ରବଳ ବର୍ଷା

୧୪ ଓ ୧୫ରେ ପ୍ରବଳ ବର୍ଷା

ଭୁବନେଶ୍ୱର : ପୁଣି ଆସୁଛି ବଡ଼ ବର୍ଷା। ଅଗଷ୍ଟ ୧୩ରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ପ୍ରଭାବରେ ୧୪ ଓ ୧୫ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, କେନ୍ଦୁଝର, କେନ୍ଦ୍ରାପଡ଼ାରେ ପ୍ରବଳରୁ ଅତିପ୍ରବଳ ବର୍ଷ ହେବ। ଗୋଟିଏ ଦୁଇଟି ସ୍ଥାନରେ ୧୦୦ ମିମିରୁ ଅଧିକ ବର୍ଷା ହେବା ନେଇ ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ।

ବିଭାଗ ପକ୍ଷରୁ କୁହାଯାଇଛି ଏବେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ରପ୍ରଦେଶର ଦକ୍ଷିଣ ଉପକୂଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଶନିବାରଠାରୁ ଦକ୍ଷିଣ ଓଡ଼ିଶାରେ ବର୍ଷା ବଢ଼ିବ। ଅପରାହ୍‌ଣ ବେଳକୁ କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ହେଲେ ୧୨ ତାରିଖ ବେଳକୁ ଉତ୍ତର ପଣ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। କ୍ରମଶଃ ତାହା ସକ୍ରିୟ ହେବା ସହ ୧୩ ତାରିଖ ବେଳକୁ ଲଘୁଚାପର ରୂପ ନେବ। ଏହା ପ୍ରଭାବରେ ୧୨ ତାରିଖଠାରୁ ଉତ୍ତର ଓ ଉତ୍ତର ପଶ୍ଚିମ ଅଭ୍ୟନ୍ତରୀଣ ଓଡ଼ିଶାରେ ବର୍ଷା ବଢ଼ିବ। ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଲାଗିରହିବ। ଲଘୁଚାପ ପ୍ରଭାବରେ ୧୪ ଓ ୧୫ ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି।

ଅନ୍ୟପକ୍ଷରେ ଆଜି ବର୍ଷାର ପ୍ରଭାବ କମିଛି। ଭୁବନେଶ୍ୱରରେ ସର୍ବର୍ାଧିକ ୧୧.୭ ମିମି ବର୍ଷା ହୋଇଛି। ବର୍ଷା କମିଥିବା ବେଳେ ଉପକୂଳ ଓଡ଼ିଶାର କେତେକ ସ୍ଥାନରେ ତାପମାତ୍ରା ୩୫ ଡିଗ୍ରି ଛୁଇଁଥିବା ନେଇ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe