ଭୁବନେଶ୍ୱର: ବାଂଲାଦେଶ ଏବଂ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ସକାଳେ ଉତ୍ତର ବଙ୍ଗୋପସାଗର ଏବଂ ତତ୍ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହେବା ସହ ଅଗଷ୍ଟ ୨୮ ତାରିଖ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ୨୫ ତାରିଖ ଅପରାହ୍ନ ସୁଦ୍ଧା ଉତ୍ତର ଓଡ଼ିଶା, ଦକ୍ଷିଣ ଉପକୂଳ ଓଡ଼ିଶା ତଥା ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା ଅଧିକ ରହିଛି। ଏହାକୁ ଦୃଷ୍ଟିରେ ରଖି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଜଗତସିିଂହପୁର, କଟକ, ଢ଼େଙ୍କାନାଳ, ପୁରୀ, ସୁନ୍ଦରଗଡ, ଏବଂ ଦେବଗଡ଼ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
Met Weatherଅନ୍ୟପକ୍ଷରେ ୨୬ ତାରିଖ ସନ୍ଧ୍ୟା ସୁଦ୍ଧା ଓଡିଶାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ, ଅନୁଗୁଳ, ଏବଂ ଦେବଗଡ଼ ଜିଲ୍ଲାର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ରେଡ୍ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ପୁରୀ, ଖୋର୍ଦ୍ଧା, ସୁନ୍ଦରଗଡ, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର ଏବଂ କନ୍ଧମାଳ ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଏବଂ ଝାରସୁଗୁଡା, ବରଗଡ, କାଳାହାଣ୍ଡି, ନୟାଗଡ଼, ଗଞ୍ଜାମ, ନୂଆପଡା, ନବରଙ୍ଗପୁର, ମାଲକାନଗିରି, ଏବଂ କୋରାପୁଟ ଜିଲ୍ଲା ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
Met Weather୨୭ ତାରିଖ ସନ୍ଧ୍ୟା ସୁଦ୍ଧା ଆଭ୍ୟନ୍ତରୀଣ ଓଡ଼ିଶା, ଉତ୍ତର ଉପକୂଳ ଓଡ଼ିଶା ଏବଂ ଦକ୍ଷିଣ ଉପକୂଳ ଓଡିଶାର ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ବଜ୍ରପାତର ସମ୍ଭାବନା ରହିଛି। ଏଡାକୁ ଦୃଷ୍ଟିରେ ରଖି ସମ୍ବଲପୁର, ସୋନପୁର, ବରଗଡ, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନୂଆପଡା, ଏବଂ ଦେବଗଡ଼ ଜିଲ୍ଲା ପାଇଁ ରେଡ୍ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଝାରସୁଗୁଡା, ସୁନ୍ଦରଗଡ, ନବରଙ୍ଗପୁର, କନ୍ଧମାଳ, ଅନୁଗୁଳ, ଏବଂ କେନ୍ଦୁଝର ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଢ଼େଙ୍କାନାଳ, ମୟୂରଭଞ୍ଜ, ବାଲେଶ୍ୱର, ମାଲକାନଗିରି, କୋରାପୁଟ, ଏବଂ ଯାଜପୁର ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
Met Weatherସେହିପରି ୨୮ ତାରିଖ ସନ୍ଧ୍ୟା ସୁଦ୍ଧା ରାଜ୍ୟର ବରଗଡ, ନୂଆପଡା, ବଲାଙ୍ଗୀର, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ଏବଂ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥଇବାରୁ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
![]()
ପ୍ରବଳ ବର୍ଷା କାରଣରୁ ରାଜ୍ୟର ୧୯ ଜିଲ୍ଲାକୁ ବନ୍ୟା ଆଶଙ୍କା ରହିଥିବା ବେଳେ କେତେକ ସ୍ଥାନରେ ୱାଟର ଲଗିଂ ଏବଂ ଫ୍ଲାସ୍ ବନ୍ୟା ସୃଷ୍ଟିହେବ। ଅନେକ ସ୍ଥାନରେ ରାସ୍ତା ଧୋଇଯିବା ସହ କଚା ଘରର କ୍ଷତି ଘଟିବ ଏବଂ ପାହାଡିଆ ଅଞ୍ଚଳରେ ଭୂସ୍ଖଳନର ମଧ୍ୟ ସମ୍ଭାବନା ରହିଛି।
Follow Us