ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳ ବର୍ଷାରୁ ନିସ୍ତାର ନାହିଁ

Advertisment
ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳ ବର୍ଷାରୁ ନିସ୍ତାର ନାହିଁ

ଭୁବନେଶ୍ୱର: ବଙ୍ଗୋପସାଗରର ଉତ୍ତର ଉପକୂଳ ଏବଂ ତତ୍‌ସଂଲଗ୍ନ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ସଂପୃକ୍ତ ଅଞ୍ଚଳ ଉପରେ ଏକ ‘େଓ୍ଵଲମାର୍କ ଲୋ-ପ୍ରେସର’ରେ ପରିଣତ ହୋଇଛି। ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ଆସନ୍ତା ୪୮ ଘଣ୍ଟା ପର୍ଯ୍ୟନ୍ତ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ଏହି ଲଘୁଚାପ ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୬ ତାରଖ ସନ୍ଧ୍ୟା ସୁଦ୍ଧା ଓଡିଶାର ଜିଲ୍ଲାର ଅଧିକାଂଶ ଜିଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। ଏହି ସମୟ ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ରେଡ୍‌ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ପୁରୀ, ଖୋର୍ଦ୍ଧା, ଅନୁଗୁଳ, ଦେବଗଡ, ସୁନ୍ଦରଗଡ, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, ଏବଂ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଏଥିସହ ଝାରସୁଗୁଡା, ବରଗଡ, ନୟାଗଡ଼, ଗଞ୍ଜାମ, ନୂଆପଡା, ନବରଙ୍ଗପୁର, ମାଲକାନଗିରି, ଏବଂ କୋରାପୁଟ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

publive-image MetWeather

ସେହିପରି ୨୭ ତାରିଖ ସନ୍ଧ୍ୟା ସୁଦ୍ଧା ଆଭ୍ୟନ୍ତରୀଣ ଓଡ଼ିଶା, ଉତ୍ତର ଉପକୂଳ ଓଡ଼ିଶା ଏବଂ ଦକ୍ଷିଣ ଉପକୂଳ ଓଡିଶାର ଅନେକ ସ୍ଥାନରେ ହାଲୁକା ଏବଂ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। ତେବେ, ସମ୍ବଲପୁର, ସୋନପୁର, ବରଗଡ, ବୌଦ୍ଧ, ବଲାଙ୍ଗୀର, କଳାହାଣ୍ଡି, ଝାରସୁଗୁଡା, ସୁନ୍ଦରଗଡ, ଏବଂ ଦେବଗଡ଼ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବାରୁ ଏଡି ସମସ୍ତ ଜିଲ୍ଲା ପାଇଁ ରେଡ୍‌ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ଅନ୍ୟପକ୍ଷରେ ନବରଙ୍ଗପୁର, ଅନୁଗୁଳ, ନୂଆପଡା, ଢ଼େଙ୍କାନାଳ, ମୟୂରଭଞ୍ଜ, କନ୍ଧମାଳ ଏବଂ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା ରହଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ବାଲେଶ୍ୱର, ମାଲକାନଗିରି, କୋରାପୁଟ, କଟକ ଏବଂ ଯାଜପୁର ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe