ଭୁବନେଶ୍ୱର: ଘୁର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ତଥା ଉତ୍ତର-ଓଡିଶା ଏବଂ ପଶ୍ଚିମବଙ୍ଗ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି | ଏହା ସହ ଜଡିତ ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି | ଏହାର ପ୍ରଭାବରେ ରବିବାରଠାରୁ ଓଡ଼ିଶାରେ ବର୍ଷା ବଢ଼ିବ। ଅଧିକାଂଶ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ମଧ୍ୟ ଜାରି କରାଯାଇଛି। ଆଜି କିଛି ଆଭ୍ୟନ୍ତରୀଣ ଜିଲ୍ଲାର କିଛି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ( ୭ରୁ ୨୦ ସେମି) ବର୍ଷା ତଥା ଗୋଟିଏ ଦୁଇଟି ସ୍ଥାନରେ ଅତ୍ୟନ୍ତ ପ୍ରବଳ (୨୦ ସେମିରୁ ଅଧିକ) ବର୍ଷାର ସମ୍ଭାବନା ରହିଛି | ଲଘୁଚାପ ପ୍ରଭାବରେ ଆଗାମୀ ଦୁଇ ଦିନ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ଦୁଇ ଦିନ ଓଡିଶା ଉପକୂଳ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ଏବଂ ଉତ୍ତର ବଙ୍ଗୋପସାଗରକୁ ଯିବାକୁ ସମ୍ପୂର୍ଣ ବାରଣ କରାଯାଇଛି | ତେବେ ଗତ ୨୪ ଘଣ୍ଟାରେ ସମ୍ବଲପୁରରେ ସର୍ବାଧିକ(୧୭୧.୪ ମିଲିମିଟର) ବର୍ଷା ହୋଇଛି | ସେହିପରି ଅନୁଗୁଳର ପାଲଲହଡା ଅଂଚଳରେ ୧୫୨ ମିଲିମିଟର ବର୍ଷା ହୋଇଛି | ଏହା ତଳକୁ ସମ୍ବଲପୁରର କୁଚିଣ୍ଡା(୧୪୫.୨ମିଲିମିଟର), ସୁନ୍ଦରଗଡର ହେମଗିରିରେ (୧୪୦.୪ମିଲିମିଟର), ଝାରସୁଗୁଡାର ଦେଓଗାଁରେ ୧୩୯ ମିଲିମିଟର ବର୍ଷା ରେକର୍ଡ ହୋଇଛି |
ସକ୍ରିୟ ଲଘୁଚାପ ପ୍ରଭାବରେ ଆଗାମୀ ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା
ଗତ ୨୪ ଘଣ୍ଟାରେ ସମ୍ବଲପୁରରେ ସର୍ବାଧିକ ବର୍ଷା
/sambad/media/post_attachments/wp-content/uploads/2023/06/rain-m21.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)