ଆଜି ୭ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ବର: ରାଜ୍ୟରେ ଗତ ୨ସପ୍ତାହ ହେଲା ବର୍ଷା ଜାରି ରହିଥିବା ବେଳେ ଏହା ଚାଷ ପାଇଁ ଅନୁକୂଳ ରହିଛି। ଆସନ୍ତାକାଲି ରାଜ୍ୟର ୭ ଜିଲ୍ଲାର କିଛି ସ୍ଥାନ‌ରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଜିଲ୍ଲାଗୁଡ଼ିକ ହେଲା, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ବଲାଙ୍ଗୀର, ବରଗଡ଼, ସମ୍ବଲପୁର ଓ ଅନୁଗୁଳ।

ପାଣିପାଗ କେନ୍ଦ୍ରର ସୂଚନା ମୁତାବକ, ଏହି ୭ ଜିଲ୍ଲା ବ୍ୟତୀତ ଆସନ୍ତାକାଲି ନବରଙ୍ଗପୁର, ନୂଆପଡ଼ା, ଗଞ୍ଜାମ, ନୟାଗଡ଼, ଖୋର୍ଧା, ପୁରୀ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସୋନପୁର ଓ ଢେଙ୍କାନାଳ ଆଦି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋୱାର୍ଣ୍ଣିଂ ଜାରି କରାଯାଇଛି। ଏହାପରେ ୧୭ ତାରିଖଠାରୁ ରାଜ୍ୟରେ ବର୍ଷାର ପ୍ରକୋପ ଧୀରେ ଧୀରେ କମିବ। ୧୭ ଓ ୧୮ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଜପତି, ଗଞ୍ଜାମ, ରାୟଗଡ଼ା, ସୁନ୍ଦରଗଡ଼ ଓ କେନ୍ଦୁଝର ଆଦି ଜିଲ୍ଲାର କେତେକାଂଶରେ ପ୍ରବଳ ବର୍ଷା ହୋଇପାରେ। ଏଣୁ ଏସବୁ ଜିଲ୍ଲା ପାଇଁ ୟେଲୋୱାର୍ଣ୍ଣିଂ ଜାରି ହୋଇଛି। ୧୯ ତାରିଖରୁ ରାଜ୍ୟରେ ବର୍ଷା କମିବ ଓ ପାଗ ଶୁଖିଲା ରହିବ।

ସମ୍ବନ୍ଧିତ ଖବର