ଭୁବନେଶ୍ୱର: ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତତ୍ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ସଂପୃକ୍ତ ଅଞ୍ଚଳରେ ଏକ ‘ୱେଲ ମାର୍କଡ୍ ଲୋ ପ୍ରେସର ଏରିଆ’ରେ ପରିଣତ ହୋଇଛି। ଏହା କ୍ରମଶଃ ଏକ ଘୂର୍ଣ୍ଣିବଳୟରେ ରୂପାନ୍ତରିତ ହୋଇ ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରୁଛି।
ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଜିଲ୍ଲାଗୁଡ଼ିକ ସମେତ ଉତ୍ତର ଉପକୂଳ ଓଡ଼ିଶାର ଜିଲ୍ଲାମାନଙ୍କର କିଛି ସ୍ଥାନରେ ଏବଂ ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି।
ଏଥିସହ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ମଙ୍ଗଳବାର ମଧ୍ୟାହ୍ନ ସୁଦ୍ଧା ମାଲକାନଗିରି, କୋରାପୁଟ, କଳାହାଣ୍ଡି, ରାୟଗଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲା ପାଇଁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯିବା ସହ ଝଡ଼ବର୍ଷା ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନ ବାହାରିବା ପାଇଁ ଜନସାଧାରଣଙ୍କୁ ଜାରି ସତର୍କ ସୂଚନାରେ ପରାମର୍ଶ ଦିଆଯାଇଛି। ଆଗାମୀ କିଛି ଦିନ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ଏହିଭଳି ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହେବ ବୋଲି ଜାରି ସତର୍କ ସୂଚନାରେ କହିଛି ପାଣିପାଗ ବିଭାଗ।
୨୪ ଘଣ୍ଟା ମଧ୍ୟରେ ଏହି ସବୁ ଜିଲ୍ଲାରେ ରହିଛି ପ୍ରବଳ ବର୍ଷା ସମ୍ଭାବନା
/sambad/media/post_attachments/wp-content/uploads/2020/09/Rain-3.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)