ଭୁବନେଶ୍ୱର ଓ କଟକରେ ପ୍ରବଳ ବର୍ଷା ଆରମ୍ଭ, ଜନଜୀବନ ପ୍ରଭାବିତ

ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା: ଜନଜୀବନ ପ୍ରଭାବିତ

ଭୁବନେଶ୍ବର: ପୁରୀଠାରୁ ୨୭୦ କିଲୋମିଟର ଦୂରରେ ଜୱାଦ ରହିଛି। କିନ୍ତୁ ଏହାର ପ୍ରଭାବରେ ଭୁବନେଶ୍ୱର ଓ କଟକରେ ଆଜି ସକାଳୁ ପ୍ରବଳ ବର୍ଷା ଆରମ୍ଭ ହୋଇଯାଇଛି। ଗତକାଲି ପାଣିପାଗ ବିଭାଗ ପକ୍ଷରୁ ଟ୍ୱିନସିଟି ଲାଗି ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିଲା। ପ୍ରବଳ ବର୍ଷା ହେବା ଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି। ରାସ୍ତାଘାଟ ଜନଶୂନ୍ୟ ହୋଇପଡ଼ିଛି। ଏପରିକି ଭୁବନେଶ୍ୱର ଓ କଟକରେ ଖୁବ୍ କମସଂଖ୍ୟକ ବସ ଚଳାଚଳ କରୁଥିବାର ପରିଲକ୍ଷିତ ହେଉଛି। କଟକର ବାଦାମବାଡ଼ି ଅଞ୍ଚଳରେ ବର୍ଷାପାଣି ରାସ୍ତା ଉପରେ ପ୍ରବାହିତ ହେଉଛି।
ଟ୍ୱିନସିଟିର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହେଉଥିବା ହେତୁ ପୂର୍ବାନୁମାନ ହୋଇଛି। ଭୁବନେଶ୍ୱର ଓ କଟକରେ ୭ରୁ ୧୧ ସେଣ୍ଟିମିଟର ଯାଏଁ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି। ତଳିଆ ଅଞ୍ଚଳରେ ପାଣି ଜମିବା ଆଶଙ୍କା ରହିଛି। ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସତର୍କ ସୂଚନା ଦିଆଯାଇଛି। ଭୁବନେଶ୍ୱର ଏବଂ କଟକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ଆକଳନ କରାଯାଇଛି। ମଝିରେ ମଝିରେ ପ୍ରବଳ ବର୍ଷା ହେବ। ଏଣୁ ଘରୁ ବାହାରକୁ ଯିବା ପାଇଁ ବାରଣ କରଯାଇଛି। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ୱର ଏବଂ କଟକରେ ୭ ରୁ ୧୧ ସେଣ୍ଟିମିଟର ବର୍ଷା ହେବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପାଣିପାଗ ବିଶେଷଜ୍ଞ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe