ଭୁବନେଶ୍ବର: ଆଜି ସକାଳ ସାଢ଼େ ୮ଟାରୁ ସଂଧ୍ୟା ସାଢ଼େ ୫ଟା ମଧ୍ୟରେ ପାରଳାଖେମୁଣ୍ଡିରେ ରାଜ୍ୟର ସର୍ବାଧିକ ୫୨.୨ ମିମି ବର୍ଷା ହୋଇଯାଇଛି। ଦାରିଙ୍ଗବାଡ଼ିରେ ୧୧ ମିମି ବର୍ଷା ହୋଇଥିବା ବେଳେ ଚାନ୍ଦବାଲିରେ ୧୦.୪ ମିମି ବର୍ଷା ହୋଇଯାଇଛି। ମୌସୁମୀଜନିତ ନିମ୍ନ ଚାପରେଖା ଗଭୀର ଅବପାତ ମଧ୍ୟ ଦେଇ ଦକ୍ଷିଣପୂର୍ବ ପାକିସ୍ଥାନ ଓ ସଂଲଗ୍ନ ରାଜସ୍ଥାନ, ରାଞ୍ଚି, ଦୀଘା ହୋଇ ଉତ୍ତର-ପୂର୍ବ ବଙ୍ଗୋପସାଗରର ପୂର୍ବ ଆଡ଼କୁ ଗତି କରୁଛି। ଏଥିସହ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳର ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉପର ବାୟୁମଣ୍ଡଳରେ ଏକ ଘୂର୍ଣ୍ଣିବଳୟ ରହିଛି। ଏହି ଦୁଇ ପାଣିପାଗର ନିୟାମକ ପ୍ରଭାବରେ ରାଜ୍ୟରେ ଆସନ୍ତା ୧୨ ତାରିଖ ଯାଏ ବର୍ଷା ଜାରି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ଆସନ୍ତାକାଲି ସାରା ଓଡ଼ିଶାରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ୧୦ ତାରିଖରେ ବର୍ଷାର ପରିମାଣ ବଢ଼ିବ। କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ୧୧ ଓ ୧୨ ତାରିଖରେ ରାଜ୍ୟରେ ବିକ୍ଷିପ୍ତ ବର୍ଷା ହେବ। କିଛି କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ।
୧୧ ଓ ୧୨ରେ କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା
ଆଜି ସକାଳ ସାଢ଼େ ୮ଟାରୁ ସଂଧ୍ୟା ସାଢ଼େ ୫ଟା ମଧ୍ୟରେ ପାରଳାଖେମୁଣ୍ଡିରେ ରାଜ୍ୟର ସର୍ବାଧିକ ୫୨.୨ ମିମି ବର୍ଷା ହୋଇଯାଇଛି। ଦାରିଙ୍ଗବାଡ଼ିରେ ୧୧ ମିମି ବର୍ଷା ହୋଇଥିବା ବେଳେ ଚାନ୍ଦବାଲିରେ ୧୦.୪ ମିମି ବର୍ଷା ହୋଇଯାଇଛି।
/sambad/media/media_files/2025/04/13/GXF6pQ0Hs8zYesJhygL1.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)