ଲଘୁଚାପ ନେଉଛି ଅବପାତର ରୂପ: ଆଗାମୀ ୪୮ ଘଣ୍ଟାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

Advertisment
ଲଘୁଚାପ ନେଉଛି ଅବପାତର ରୂପ: ଆଗାମୀ ୪୮ ଘଣ୍ଟାରେ  ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପ ସାଗର ଉପରେ ସୃଷ୍ଟି ହୋଇଥିବା ଲଘୁଚାପ ବର୍ତ୍ତମାନ ଘନିଭୂତ ହୋଇ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି। ଏହାର ପ୍ରଭାବରେ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁୟାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶାର ଗଞ୍ଜାମ, ଗଜପତି, ରାୟଗଡ଼ା ଓ କନ୍ଧମାଳ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କାର୍ଯ୍ୟାଳୟ ପୂର୍ବାନୁମାନ କରିଛି।

ପାଣିପାଗ କେନ୍ଦ୍ରର ଆକଳନ ଅନୁସାରେ ଜୁଲାଇ ୨୧ରେ କନ୍ଧମାଳ, ନୟାଗଡ଼, କଟକ, ଜଗତସିଂହପୁର, ବୌଦ୍ଧ, କଳାହାଣ୍ଡି, ଗଞ୍ଜାମ, ଅନୁଗୁଳ, ଢେଙ୍କାନାଳ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଯାଜପୁର, ପୁରୀ ଓ ରାୟଗଡ଼ାରେ ପ୍ରବଳ ବର୍ଷା ହେବ। ଏଥିରୁ ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇ ପାରେ।

ସେହିପରି ଜୁଲାଇ ୨୨ରେ ନୂଆପଡ଼ା, ବଲାଙ୍ଗୀର, ସେନାପୁର, ବୌଦ୍ଧ, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଅନୁଗୁଳ, ସୁନ୍ଦରଗଡ଼, ଦେବଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe