ଲଘୁଚାପ ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁଁ ରାଜ୍ୟର କିଛି ସ୍ଥାନରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ତରଫରୁ ଏହି ସୂଚନା ଦିଆଯାଇଛି। ଲଘୁଚାପ ପ୍ରଭାବରେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବ। ସେହିପରି କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଅଗଷ୍ଟ ୨୪ (ଶନିବାର) ଠାରୁ କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କଟକ, ଜଗତସିଂହପୁର ଓ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଅନୁମାନ କରାଯାଉଛି। କାରଣ ଏସବୁ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ପାଣିପାଗ କାର୍ଯ୍ୟାଳୟ ୧୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି। କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ବାଲେଶ୍ୱର, ସୁନ୍ଦରଗଡ଼, ଅନୁଗୁଳ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ମଧ୍ୟ ବର୍ଷା ହେବ।

ଏ ନେଇ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ବର୍ଷା ସମୟରେ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି। କାରଣ ଲଘୁଚାପ ଯୋଗୁଁ ସମୁଦ୍ରର ସ୍ଥିତି ଅଶାନ୍ତ ରହିବ।

ସମ୍ବନ୍ଧିତ ଖବର