୧୪ରୁ ବଢ଼ିପାରେ ବର୍ଷା

Advertisment
୧୪ରୁ ବଢ଼ିପାରେ ବର୍ଷା

hindustantimes.com

ଭୁବନେଶ୍ବର : ଜୁଲାଇ ୧୩ ଯାଏ ସାରା ଓଡ଼ିଶାରେ କୋହଲା ପାଗ ଲାଗି ରହିବ। ୧୪ ତାରିଖଠାରୁ ବର୍ଷା ପରିମାଣ ବଢ଼ିବ। ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ପାଣିପାଗ କେନ୍ଦ୍ର ପକ୍ଷରୁ ଆହୁରି କୁହାଯାଇଛି ଯେ ଗୁରୁବାର କାଳବୈଶାଖୀ ପ୍ରଭାବରେ ୧୧ଟି ଜିଲ୍ଲାରେ ବର୍ଷା ହୋଇପାରେ। ବିଶେଷକରି ଝାରସୁଗୁଡ଼ା, ସମ୍ବଲପୁର, ଢ଼େଙ୍କାନାଳ, ଅନୁଗୁଳ, ଦେବଗଡ଼, କଟକ, ଯାଜପୁର, ଭଦ୍ରକ, ଖୋର୍ଧା, କନ୍ଧମାଳ ଓ ନୟାଗଡ଼ର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ଓ ବଜ୍ରପାତ ହେବ। ମଧ୍ୟମଧରଣର ବର୍ଷା ହୋଇପାରେ। ୧୨ତାରିଖରେ କେନ୍ଦୁଝର, ମୟୂରଭଞ୍ଜ ଓ କନ୍ଧମାଳରେ ବର୍ଷା ହେବାର ସମ୍ଭାବନା ରହିଛି। ୧୩ ତାରିଖଠାରୁ ପାଗରେ ସାମାନ୍ୟ ପରିବର୍ତନ ଆସିବ। ଉପକୂଳ ଓଡ଼ିଶାରେ କାଳବୈଶାଖୀ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଛି। ତେବେ ୧୪ତାରିଖଠାରୁ ବର୍ଷା ପରିମାଣ ବଢ଼ିବ। କୋରାପୁଟ, ନବରଙ୍ଗପୁର, ମାଲକାନଗିରି, ଭଦ୍ରକ, କେନ୍ଦ୍ରାପଡ଼ା ଓ ଯାଜପୁରର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଆସନ୍ତା ୨୪ଘଣ୍ଟା ପର୍ଯ୍ୟନ୍ତ ଉପକୂଳ ଓଡ଼ିଶାରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସ୍ୟଜୀବୀମାନେ ସମୁଦ୍ରକୁ ଯିବା ସମୟରେ ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି।
ଅନ୍ୟପକ୍ଷରେ ଆଜି ଦିନ ସମୟରେ ଭବାନୀପାଟଣାରେ ୧୬ ମିମି ବର୍ଷା ହୋଇଥିବା ବେଳେ ବଲାଙ୍ଗିରରେ ୩.୪, ଭୁବନେଶ୍ବରରେ ୨.୭, ହୀରାକୁଦରେ ୨, ପୁରୀ ଓ ପରାଦୀପରେ ୧ ମିମି ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe