ଆଜି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ

ଆଜି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ

Skymet Weather

ଭୁବନେଶ୍ୱର : ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଆନ୍ଧ୍ରପ୍ରଦେଶ ଉପକୂଳରେ ଆସନ୍ତା ୧୩ ତାରିଖ ଦିନ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବ। ଏହାର ପ୍ରଭାବରେ ଓଡ଼ିଶାର ଦକ୍ଷିଣରେ ଓ ପଶ୍ଚିମ ସୀମାନ୍ତରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବଡ଼ ବର୍ଷାର ସମ୍ଭାବନା ରହିଛି। ଏହି ସମୟରେ ବିଶେଷ ଭାବେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ ଗଜପତି ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ଏଣୁ ଏ ନେଇ ପ୍ରସ୍ତୁତ ରହିବାକୁ ସ୍ବତନ୍ତ୍ର ରିଲିଫ୍‌ କମିସନର୍‌ ପ୍ରଦୀପ କୁମାର ଜେନା ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍‌ ଆର୍‌ ବିଶ୍ବାସ କହିଛନ୍ତି, ଲଘୁଚାପ ଯୋଗୁଁ ଆସନ୍ତାକାଲିଠାରୁ ଦକ୍ଷିଣ ଓଡ଼ିଶାର କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ଆରମ୍ଭ ହୋଇଯିବ। ୧୫ ତାରିଖ ଦିନ ପାଗ ଶୁଖିଲା ରହିବ ଓ ୧୬ ତାରିଖ ଆଡ଼କୁ ପାଗରେ ପରିବର୍ତ୍ତନ ଆସିବ ବୋଲି ଶ୍ରୀ ବିଶ୍ବାସ ସୂଚନା ଦେଇଛନ୍ତି।

ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ମଧ୍ୟରେ ଆସନ୍ତା ୧୩ ତାରିଖରେ ଏକ ଘୂର୍ଣ୍ଣିବଳୟ ଏବଂ ୧୪ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବ। ଏହା ଦ୍ବାରା ରାଜ୍ୟରେ କିଛି ବର୍ଷା ହେବ। କିନ୍ତୁ ବଡ଼ ବର୍ଷାର ସମ୍ଭାବନା କମ୍‌। ଆସନ୍ତା ୧୨ରୁ ୧୪ ତାରିଖ ପର୍ଯ୍ୟନ୍ତ ପାଗ ମୁଖ୍ୟତଃ ଶୁଖିଲା ରହିବ ବୋଲି ଡ. ପଶୁପାଳକ କହିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe