୯ ତାରିଖ ଯାଏଁ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ସମ୍ଭାବନା ଥିବା ନେଇ ପୂର୍ବାନୁମାନ କରାଯାଇଛି। ଜୁଲାଇ ୪ରୁ ୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭନ୍ନ ସ୍ଥାନରେ କାଳବୈଶାଖୀଜନିତ ବର୍ଷା ହୋଇପାରେ ବୋଲି ଗୁରୁବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପ୍ରକାଶ।

ତେବେ ଜୁଲାଇ ୬ରୁ ୭ ତାରିଖ ପର୍ଯ୍ୟନ୍ତ ଉତ୍ତର ଓଡ଼ିଶା, କୋରାପୁଟ, ମାଲକାନଗିରି ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇପାରେ। ସେହିପରି ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡା, ସମ୍ବଲପୁର, କେନ୍ଦୁଝର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭବାନା ରହିଛି। ଏଥିସହିତ ୭ରୁ ୮ ତାରିଖରେ ବି ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଓ କେନ୍ଦୁଝର ଆଦି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ରାଜ୍ୟରେ ୩୩.୫ ଡିଗ୍ରି ସେଲସିୟସ୍‌ ସର୍ବାଧିକ ତାପମାତ୍ରା ବାଲେଶ୍ୱରରେ ରେକର୍ଡ କରାଯାଇଥିବା ବେଳେ ସୁନ୍ଦରଗଡ଼ରେ ୧୮.୫ ଡିଗ୍ରି ସର୍ବନିମ୍ନ ତାପମାତ୍ରା ରେକର୍ଡ କରାଯାଇଛି।

ସମ୍ବନ୍ଧିତ ଖବର