ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ସବୁ ଜିଲ୍ଲାରେ ରହିଛି ପ୍ରବଳ ବର୍ଷା ସମ୍ଭାବନା

Advertisment
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ସବୁ ଜିଲ୍ଲାରେ ରହିଛି ପ୍ରବଳ ବର୍ଷା ସମ୍ଭାବନା

Financial Express

ଭୁବନେଶ୍ୱର: ଓଡ଼ିଶାର ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଗତକାଲ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ଦକ୍ଷିଣ-ପୂର୍ବ ଝାଡ଼ଖଣ୍ଡ ଏବଂ ଆଖପାଖରେ ଅବସ୍ଥିତ ରହିବା ସହ ସମୁଦ୍ର ପତ୍ତନ ଠାରୁ ୭.୬ କିଲୋମିଟର ଉଚ୍ଚତାରେ ଦକ୍ଷିଣ- ପଶ୍ଚିମ ଦିଗକୁ ଗତି କରୁଛି।

ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ବଜ୍ରପାତ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ସମ୍ବଲପୁର, ସୋନପୁର, ବୌଦ୍ଧ ଓ ସୁନ୍ଦରଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ଅନୁଗୁଳ ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe