ଆଜିଠୁ ଦୁଇଦିନ ଧରି ବର୍ଷିବ

Advertisment
ଉତ୍ତର-କେନ୍ଦ୍ରୀୟ ଓଡ଼ିଶାରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା

ଭୁବନେଶ୍ୱର : ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶାରେ ସମୁଦ୍ର ପତ୍ତନଠାରୁ ୩.୬ କିଲୋମିଟର ଏବଂ ୪.୫ କିଲୋମିଟର ମଧ୍ୟରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ପ୍ରଭାବରେ ଆସନ୍ତାକାଲିଠାରୁ ଦୁଇଦିନ ଧରି ପଶ୍ଚିମ ଓ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ବର୍ଷା ହେବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆସନ୍ତା ୩୦ ଓ ୩୧ରେ ପଶ୍ଚିମ ଓଡ଼ିଶାର ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ ଏବଂ ଉତ୍ତର ଓଡ଼ିଶାର କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ, ବାଲେଶ୍ୱର ଜିଲ୍ଲାରେ ପ୍ରବଳ ବର୍ଷା ହେବା ହେବ। ଏ ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କତା ଜାରି କରାଯାଇଛି। ଆଜି ରାଜ୍ୟର କେତେକ ସ୍ଥାନରେ ବର୍ଷା ହୋଇଥିବା ପାଣିପାଗ ବିଭାଗ ରିପୋର୍ଟରୁ ଜଣାପଡ଼ିଛି। ପାଣିପାଗ ବିଭାଗର ସୂଚନା ଅନୁସାରେ, କଟକରେ ୧୫ ମିମି ବର୍ଷା ରେକର୍ଡ଼ କରାଯାଇଥିବାବେଳେ ପାରାଦୀପରେ ୧୨ ମିମି, ୨ ମିମି, ଅନୁଗୁଳରେ ୬ ମିମି, ତାଳଚେରରେ ୨୯ ମିମି, କୋରାପୁଟରେ ୪ ମିମି, ମାଲ୍‌କାନଗିରିରେ ୩ ମିମି, ଦାରିଂବାଡ଼ିରେ ୪ ମିମି ବର୍ଷା ରେକର୍ଡ କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe