ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଏହିସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ପୁଣି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୨୪ଘଣ୍ଟାରେ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେବ । ଏହାର ପ୍ରଭାବରେ ଆଜିଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ, ସୁନ୍ଦରଗଡ, ସମ୍ବଲପୁର, ଝାରସୁଗୁଡା, କେନ୍ଦୁଝର, ବାରିପଦା, ବଲାଙ୍ଗୀର, ଦେବଗଡ ଓ ଉପକୂଳବର୍ତ୍ତୀ ଓଡିଶାରେ ରବିବାରଠାରୁ ବର୍ଷା ଆରମ୍ଭ ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ।

ସେହିପରି ଆସନ୍ତାକାଲିଠାରୁ କେନ୍ଦୁଝର, ବଲାଙ୍ଗୀର, ସୁନ୍ଦରଗଡ, ଝାରସୁଗୁଡା, ନବରଙ୍ଗପୁର, ବରଗଡ ନୂଆପଡାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି ।

ଅନ୍ୟପଟେ ଆଜି ବଜ୍ରପାତ ନେଇ ଆଂଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଜାରି କରିଛି। ଦିନ ଗୋଟାଏ ୩୦ରୁ ୪ଟା ୩୦ ପର୍ଯ୍ୟନ୍ତ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ସତର୍କ ସୂଚନା ଜାରି କରାଯାଇଛି। କଟକ , ଭୁବନେଶ୍ୱର ସମେତ ସମ୍ବଲପୁର, ବରଗଡ, ଝାରସୁଗୁଡା, ସୋନପୁର, ଦେବଗଡ, ଙ୍କେନାଳ ଅନୁଗୁଳ, ଜଗତସିଂହପୁର, ପୁରୀ,କେନ୍ଦ୍ରାପଡା, ଖୋର୍ଦ୍ଧା ଜିଲ୍ଳାବାସିନ୍ଦାଙ୍କୁ ସତର୍କ ରହିବାକୁ କୁହାଯାଇଛି ।

ସମ୍ବନ୍ଧିତ ଖବର