ଭୁବନେଶ୍ୱର : ଉତ୍ତରପଶ୍ଚିମ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଅବପାତ ଉତ୍ତର ଦିଗକୁ ଗତି କରି ପାରାଦୀପ ନିକଟରେ ଓଡ଼ିଶା ଉପକୂଳ ଅତିକ୍ରମ କରିଛି। କ୍ରମଶଃ ଏହା ଦୂର୍ବଳ ହୋଇ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏକ ଲଘୁଚାପର ରୂପ ନେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

Advertisment

ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ଭିତରେ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ବର୍ଷା ଓ କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏଥିସହ ଉପକୂଳ ଅଞ୍ଚଳରେ ୪୦ରୁ ୪୫ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି ଯାହାକି ୬୦ରୁ ୬୫ କିଲୋମିଟରକୁ ବଢ଼ିପାରେ।

ଓଡ଼ିଶା ଉପକୂଳରେ ସମୁଦ୍ର ଅଶାନ୍ତ ରହିବ। ତେଣୁ ମତ୍ସଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାଲାଗି ବାରଣ କରାଯାଇଛି।