ଭୁବନେଶ୍ୱର: ଆଗାମୀ ୩ ଦିନ ପର୍ଯ୍ୟନ୍ତ ଅର୍ଥାତ୍ ୧୧ ତାରିଖ ଶନିବାର ଅପରାହ୍ନ ମଧ୍ୟରେ ରାଜ୍ୟର ବହୁ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍ ୯ ତାରିଖ ଅପରାହ୍ନ ସୁଦ୍ଧା ଉତ୍ତର ଓଡ଼ିଶା ସମେତ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଞ୍ଜାମ, ଗଜପତି, କାନ୍ଧମାଳ ଏବଂ ଓଡିଶାର ଅବଶିଷ୍ଟ ଜିଲ୍ଲାମାନଙ୍କର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। ସେହିପରି ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବଲାଙ୍ଗୀର, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଳାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଥିବା ଦୃଷ୍ଟିରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
ଅନ୍ୟପକ୍ଷରେ ୧୦ ତାରିଖ, ଶୁକ୍ରବାର ଅପରାହ୍ନ ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଓଡିଶାର କିଛି ସ୍ଥାନରେ ହାଲୁକା ଏବଂ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। ଏହି ସମୟ ମଧ୍ୟରେ ସୁନ୍ଦରଗଡ଼, ଦେଓଗଡ଼, ଅନୁଗୁଳ, କେନ୍ଦୁଝର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, କଳାହାଣ୍ଡି, ବୌଦ୍ଧ, ନୟାଗଡ଼, ଖୋର୍ଦ୍ଧା, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ ଓ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ମଧ୍ୟ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
MetWeatherସେହିପରି ୧୧ ତାରିଖ ଅପରାହ୍ନ ସୁଦ୍ଧା ଆଭ୍ୟନ୍ତରୀଣ ଓଡ଼ିଶା, ଦକ୍ଷିଣ ଉପକୂଳ ଓଡ଼ିଶା ଏବଂ ଉତ୍ତର ଉପକୂଳ ଓଡ଼ିିଶାର କିଛି ଜିଲ୍ଲାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। ଏହି ସମୟ ମଧ୍ୟରେ ରାଜ୍ୟର କୋରାପୁଟ, ମାଲକାନଗିରି, ସମ୍ବଲପୁର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବା ବେଳେ ଦକ୍ଷିଣ ଉପକୂଳ ଓଡ଼ିଶା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ସୋନପୁର, ବୌଦ୍ଧ, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଥିବା ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏହି ସତର୍କ ସୂଚନାରେ କୁହାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/07/Rainfall.jpg)