ଭୁବନେଶ୍ୱର: ସଂପ୍ରତି ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରଭାବଶୂନ୍ୟ ହୋଇ ରହିଥିବା କାରଣରୁ ମୌସୁମୀ ଜନିତ ବର୍ଷାର ପ୍ରଭାବ ଅନୁଭୂତ ହେଉନାହିଁ। ଏପରିସ୍ଥିତିରେ ଦକ୍ଷିଣ ଓଡ଼ିଶା ଏବଂ ତତ୍ସଂଲଗ୍ନ ଅଞ୍ଚଳରେ ସମୁଦ୍ର ପତ୍ତନଠାରୁ ୩.୧ କିଲୋମିଟର ଉଚ୍ଚତାରେ ଏକ ଘୂର୍ଣ୍ଣିବଳୟ ଟ୍ରଫ୍ ଲାଇନ୍ ସୃଷ୍ଟି ହୋଇଛି। ଫଳରେ, ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ସମ୍ଭାବନା ରହିଥିବା ନେଇ ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍ ଶୁକ୍ରବାର ଅପରାହ୍ନ ସୁଦ୍ଧା ରାଜ୍ୟର ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୂରଭଞ୍ଜ, ନବରଙ୍ଗପୁର ଏବଂ ରାୟାଗଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ସେହିପରି ଏହି ସମୟ ମଧ୍ୟରେ ନବରଙ୍ଗପୁର, କାଳାହାଣ୍ଡି, ରାୟଗଡ଼ା, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ଅନୁଗୁଳ, ଜଗତସିଂହପୁର, କଟକ, ଢ଼େଙ୍କାନାଳ, ସମ୍ବଲପୁର, ଦେବଗଡ଼, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
MetWearherସେହିପରି ଶନିବାର ଅପରାହ୍ନ ସୁଦ୍ଧା ଓଡ଼ିଶାର ମାଲକାନଗିରି, କୋରାପୁଟ, କେନ୍ଦୁଝର, ମୟୂରଭଞ୍ଜ, ଢ଼େଙ୍କାନାଳ ଏବଂ ଯାଜପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ଗଜପତି, ଗଞ୍ଜାମ, ପୁରୀ, କନ୍ଧମାଳ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ନୂଆପଡ଼ା, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ ଏବଂ ଯାଜପୁର ଜିଲ୍ଲାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ଆଶଙ୍କା ରହିଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ମଧ୍ୟ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/07/rain-in-BBSR.jpg)