୧୯ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ; ୨୨ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

Advertisment
୧୯ରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ; ୨୨ ପର୍ଯ୍ୟନ୍ତ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର ଛତିଶଗଡ଼ ଏବଂ ପଡ଼ୋଶୀ ଅଞ୍ଚଳ ଉପରେ ଥିବା ଲଘୁଚାପ କ୍ଷେତ୍ର ବର୍ତ୍ତମାନ ଉତ୍ତର ପୂର୍ବ ମଧ୍ୟପ୍ରଦେଶ ଉପରେ ଅବସ୍ଥିତ ରହିଛି। ଏଥିସହ ଆସନ୍ତା ୧୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଆଉ ଏକ ନୂତନ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ସୃଷ୍ଟି ହୋଇଛି। ଏହା ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହେବା ସହ ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆସନ୍ତା ୨୨ ତାରଖ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଥିବା କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୮ ତାରିଖ ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, ବଲାଙ୍ଗୀର, କେନ୍ଦୁଝର, ମୟୂରଭଞ୍ଜର ଜିଲ୍ଲାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି।

publive-image

୧୯ ତାରିଖରେ ଉତ୍ତର ଓଡ଼ିଶାର ଅଧିକାଂଶ ଜିଲ୍ଲା ସମେତ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ହାଲୁକା ଏବଂ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି।
୨୦ ତାରିଖରେ ଉତ୍ତର ଉପକୂଳ ଓଡ଼ିଶାର ଜିଲ୍ଲା ସମେତ ଓଡିଶାର ଅନ୍ୟାନ୍ୟ ଜିଲ୍ଲାମାନଙ୍କରେ ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି।
୨୧ ତାରିଖରେ ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲା, ଉତ୍ତର ଉପକୂଳ ଓଡିଶା, ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶା ଜିଲ୍ଲା ତଥା ଦକ୍ଷିଣ ଉପକୂଳ ଓଡିଶାର କେତେକ ସ୍ଥାନରେ ହାଲୁକା ଏବଂ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି।
୨୨ ତାରଖରେ ଉତ୍ତର ଉପକୂଳ ଓଡିଶାର ଜିଲ୍ଲା ସମେତ ଓଡିଶାର ବାକି ଜିଲ୍ଲାମାନଙ୍କର ବହୁ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ଥିବା ପାଣିପାଗ ବିଭାଗ ପକ୍ଷରୁ ଜାରି ସତର୍କ ସୂଚନାରେ କୁହାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe