ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଏବଂ ତତ୍‌ ସଂଲଗ୍ନ ପଶ୍ଚିମ କେନ୍ଦ୍ର ଉପରେ ରହିଥିବା ଘଝୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରର ଓଡ଼ିଶା- ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ, ଉତ୍ତର ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଥିବା ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ଓ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Advertisment

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୧୪ ତାରିଖ ମଧ୍ୟାହ୍ନ ସୁଦ୍ଧା ଓଡିଶାର ଜିଲ୍ଲାମାନଙ୍କରେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। ତେବେ, ମାଲକାନଗିରି ଏବଂ କୋରାପୁଟ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରିଛି। ସେହିପରି ଏହି ସମୟ ମଧ୍ୟରେ ଗଞ୍ଜାମ, ପୁରୀ, ଗଜପତି, ଜଗତସିଂହପୁର, ରାୟଗଡା, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ସମ୍ବଲପୁର, ଦେବଗଡ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

publive-image

୧୫ ତାରିଖରେ ଓଡିଶାର ଅଧିକାଂଶ ଜିଲ୍ଲାର ବହୁ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। ଏହି ସମୟ ମଧ୍ୟରେ ପୁରୀ, ଜଗତସିଂହପୁର, ସମ୍ବଲପୁର, ଦେବଗଡ, ଅନୁଗୁଳ, ବଲାଙ୍ଗୀର, ମାଲକାନଗିରି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି, କୋରାପୁଟ, ଗଞ୍ଜାମ, କେନ୍ଦ୍ରାପଡା ଯାଜପୁର, ଭଦ୍ରକ, ସୋନପୁର, ଢ଼େଙ୍କାନାଳ, ବୌଦ୍ଧ, କନ୍ଧମାଳ, କାଲାହାଣ୍ଡି, ବରଗଡ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

୧୬ ତାରିଖରେ ଓଡିଶାର ବହୁ ଜିଲ୍ଲାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। ଏହି ସମୟରେ ନୂଆପଡା, ବରଗଡ, କଳାହାଣ୍ଡି, ସମ୍ବଲପୁର, ବଲାଙ୍ଗୀର, ନବରଙ୍ଗପୁର, ଦେବଗଡ, ସୋନପୁର, ଅନୁଗୁଳ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ଅନ୍ୟପକ୍ଷରେ ଢ଼େଙ୍କାନାଳ, କଟକ, କେନ୍ଦୁଝର, ଝାରସୁଗୁଡା, କନ୍ଧମାଳ, ବୌଦ୍ଧ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

୧୭ ତାରଖରେ ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲା ତଥା ଉପକୂଳ ଓଡ଼ିଶାର କିଛି ସ୍ଥାନରେ ହାଲୁକା ଏବଂ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। ଏହି ସମୟ ମଧ୍ୟରେ କୋରାପୁଟ, ନବରଙ୍ଗପୁର, ନୂଆପଡା, ବରଗଡ, ସୁନ୍ଦରଗଡ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହି ଥିବାରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।