୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା; ୟେଲୋ ଓ୍ଵାର୍ଣ୍ଣିଂ ଜାରି

୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା; ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ସମୁଦ୍ର ପତ୍ତନ ଉପରେ ରହିଥିବା ମୌସୁମୀ ପ୍ରବାହ ବର୍ତ୍ତମାନ ଫେରୋଜପୁର, କଟିହାଲ, ମୋରାଦାବାଦ, ଗୋଣ୍ଡା, ଗୟା, ଶାନ୍ତିନିକେତନ, କ୍ୟାନିଂ ଏବଂ ସେଠାରୁ ଦକ୍ଷିଣ-ପୂର୍ବ ଦିଗକୁ ବଙ୍ଗୋପସାଗରକୁ ବିସ୍ତାରିତ ହୋଇ ରହିଛି। ଏଥିସହ ସମୁଦ୍ର ପତ୍ତନ ଠାରୁ ୩.୧ କିଲୋମିଟର ଉଚ୍ଚରେ ଅବସ୍ଥିତ ଏକ ଉତ୍ତର ଦକ୍ଷିଣ ଟ୍ରଫ୍‌ ଲାଇନ୍‌ ଉତ୍ତର ବିହାରରୁ ପଶ୍ଚିମବଙ୍ଗର ବଙ୍ଗୋପସାଗର ପର୍ଯ୍ୟନ୍ତ ଝାଡ଼ଖଣ୍ଡ, ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଏବଂ ଉତ୍ତର ପଶ୍ଚିମ ବଙ୍ଗ ଦେଇ ପ୍ରବାହିତ ହେଉଛି। ଉପରୋକ୍ତ ଦୁଇଟି ପ୍ରଣାଳୀର ପ୍ରଭାବରେ ଆସନ୍ତାକାଲି (ଗୁରୁବାର) ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପଡ଼ୋଶୀ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଅଛ ବୋଲି ଭୁବନେଶ୍ୱରସ୍ଥିତ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

publive-image

ଏହାର ପ୍ରଭାବରେ ଆଜିଠାରୁ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବହୁ ଜିଲ୍ଲାର ଅନେକ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଆଜି ଅପରାହ୍ନ ଠାରୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, ନୂଆପଡା, କେନ୍ଦୁଝର, ମୟୂରଭଞ୍ଜ, ବରଗଡ, ବଲାଙ୍ଗୀର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ଏହି ସମୟ ମଧ୍ୟରେ ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, କଟକ, ଓ ପୁରୀ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି।

publive-image

୧୩ ତାରଖରେ ଓଡିଶାର ଅନେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ବହୁତ ଅଧିକ ରହିଛି। କୋରାପୁଟ, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ଅନୁଗୁଳ, ସମ୍ବଲପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୧୪ ତାରିଖରେ ଜଗତସିଂହପୁର, ପୁରୀ, କନ୍ଧମାଳ, ଢ଼େଙ୍କାନାଳ, ଅନୁଗୁଳ, ଯାଜପୁର, କେନ୍ଦ୍ରାପଡ଼ା, ବାଲେଶ୍ୱର, ଭଦ୍ରକ, ଦେବଗଡ଼ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୧୫ ତାରଖରେ ସମ୍ବଲପୁର, ସୋନପୁର, ଦେବଗଡ, ସୁନ୍ଦରଗଡ଼, କେନ୍ଦୁଝର, ବଲାଙ୍ଗୀର, ବରଗଡ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କଳାହାଣ୍ଡି, ନୂଆପଡା, ଝାରସୁଗୁଡ଼ା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି। ୧୬ ଓ ୧୭ ତାରଖରେ ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡା, ବରଗଡ, ସମ୍ବଲପୁର, ନବରଙ୍ଗପୁର, ନୂଆପଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହଥିବା ଦୃଷ୍ଟରୁ ଉପରୋକ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe