ଆଜି ବି ରାଜ୍ୟର ୮ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା ଏବଂ ପଡ଼ୋଶୀ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ‘ୱେଲ ମାର୍କଡ୍‌ ଲୋ ପ୍ରେସର ଏରିଆ’ ବର୍ତ୍ତମାନ ଦକ୍ଷିଣ-ପଶ୍ଚିମ ଝାଡ଼ଖଣ୍ଡ ଏବଂ ପଡ଼ୋଶୀ ଅଞ୍ଚଳ ଉପରେ ରହିଛି। ତେବେ ଏହାର ପ୍ରଭାବରେ ରାଜ୍ୟରେ ଦକ୍ଷିଣ-ପଶ୍ଚି ମୌସୁମୀ ବାୟୁ ଅତ୍ୟନ୍ତ ସକ୍ରିୟ ହୋଇଉଠିଛି। ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୮ ତାରିଖ (ଶୁକ୍ରବାର) ଅପରାହ୍ନ ସୁଦ୍ଧା ଆଭ୍ୟନ୍ତରୀଣ ଓଡ଼ିଶାର ଅଧିକାଂଶ ଜିଲ୍ଲା ସମେତ ଉପକୂଳ ଓଡ଼ିଶାର ଜିଲ୍ଲାମାନଙ୍କର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି ବୋଲି ଆଜି ଅପରାହ୍ନରେ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

MetWeather

ତେବେ, ଏହି ସମୟ ମଧ୍ୟରେ ରାଜ୍ୟର ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗୀର, ନୂଆପଡ଼ା ଓ ନବରଙ୍ଗପୁର ପ୍ରଭୃତି ୮ଟି ଜିଲ୍ଲାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଥିବା ଦୃଷ୍ଟିରୁ ଏହି ସମସ୍ତ ଜିଲ୍ଲା ପାଇଁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କାରାଯିବା ସହ ବର୍ଷା ସମୟରେ ଘରୁ ନ ବାହାରିବା ପାଇଁ ଲୋକମାନଙ୍କୁ ପରାମର୍ଶ ଦିଆଯାଇଛି।

ସମ୍ବନ୍ଧିତ ଖବର