ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୁରଭଞ୍ଜ ରହିଛି। ଏସବୁ ଜିଲ୍ଲାକୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରବଳବର୍ଷା ଓ କୁଆପଥର ମାଡ ସମ୍ଭାବନା ଥିବା ହେତୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଏଥିସହିତ ଡିସେମ୍ବର ୩୦ରୁ ୩୧ ତାରିଖ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଯାଜପୁର, ଭଦ୍ରକ ଓ କଟକ ଆଦି ଜିଲ୍ଲାରେ କୁହୁଡ଼ି ପଡ଼ିବାର ସମ୍ଭାବନା ରହିଛି। ଏହି କୁହୁଡି ପାଇଁ ଉକ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଏତଦ ବ୍ୟତୀତ ଡିସେମ୍ବର ୩୧ରୁ ଜାନୁଆରି ୧ ତାରିଖ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର,ଖୋର୍ଧା, ପୁରୀ, ନୟାଗଡ଼, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ବି କୁହୁଡ଼ି ପଡ଼ିବା ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।