ଭୁବନେଶ୍ୱର : ଅଗଷ୍ଟ ୧୩ରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହେବ। ଏହା ପ୍ରଭାବରେ ୧୨ ତାରିଖଠାରୁ ଉତ୍ତର ଓଡ଼ିଶାରେ ବର୍ଷା ବଢ଼ିବ। ହେଲେ ଏହାପୂର୍ବରୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆନ୍ଧ୍ରପ୍ରଦେଶର ଦକ୍ଷିଣ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବାରୁ ୧୧ ତାରିଖଠାରୁ ଦକ୍ଷିଣ ଓଡ଼ିଶାରେ ବର୍ଷା ପରିମାଣ ବଢ଼ିବ। କଳାହାଣ୍ଡି, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ୧୨ ତାରିଖଠାରୁ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼ ସମେତ ଉପକୂଳ ଓଡ଼ିଶାର କେନ୍ଦ୍ରାପଡ଼ା, କଟକ, ପୁରୀ, ଜଗତ୍ସିଂହପୁର, ଯାଜପୁରରେ ୧୪ ତାରିଖ ଯାଏ ବର୍ଷାର ପ୍ରଭାବ ରହିବ। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ସ୍ଥାନରେ ହାଲକା ବର୍ଷା ହୋଇଥିବା ନେଇ ସୂଚନା ମିଳିଛି।
୧୧ରୁ ବଢ଼ିବ ବର୍ଷା
Advertisment
Follow Us