୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଗାମୀ ୨୪ଘଣ୍ଟା ମଧ୍ୟରେ ଓଡ଼ିଶା ରାଜ୍ୟର ୧୦ଟି ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହିତ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ବୁଧବାର ପୂର୍ବାନୁମାନ କରିଛି। କେନ୍ଦୁଝର, ଭଦ୍ରକ, ଢ଼େଙ୍କାନାଳ, କଟକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଓ ଗଞ୍ଜାମ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଏଥି ସହିତ ଏହି ଜିଲ୍ଲାର ଅଧିବାସୀମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯିବା ସହିତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବା ପାଇଁ ବାରଣ କରାଯାଇଛି।

ଗତକାଲି ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୩୪.୪ଡିଗ୍ରୀ ଥିବା ବେଳେ ସୁନ୍ଦରଗଡ଼ରେ ୨୦.୦ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରହିଥିଲା। ସେହିପରି ଢ଼େଙ୍କାନାଳ, ବରଗଡ଼, କେନ୍ଦୁଝର, ଗଞ୍ଜାମ, କଟକ, କେନ୍ଦ୍ରାପଡ଼ା, ଅନୁଗୁଳ, ସୋନପୁର, ନୟାଗଡ଼, ମୟୂରଭଞ୍ଜ, ସୁନ୍ଦରଗଡ଼, ଯାଜପୁର, କୋରାପୁଟ ଆଦି ସ୍ଥାନରେ ବର୍ଷା ହୋଇଥିଲା।

ସମ୍ବନ୍ଧିତ ଖବର