ଗଜପତି, ଗଞ୍ଜାମ, ଜଗତସିଂହପୁର ସମେତ ଏହି ସବୁ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

Advertisment
ଗଜପତି, ଗଞ୍ଜାମ, ଜଗତସିଂହପୁର ସମେତ ଏହି ସବୁ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

?????????????????

ଭୁବନେଶ୍ୱର: ଆଗାମୀ ୨୪ଘଣ୍ଟା ମଧ୍ୟରେ ଓଡ଼ିଶାର ଆଠଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୋମବାର ପୂର୍ବାନୁମାନ କରିଛି। ଏହି ସମୟ ମଧ୍ୟରେ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା ଥିବାରୁ ସମୁଦ୍ର ମଧ୍ୟକୁ ନ ଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ମତ୍ସ୍ୟଜୀବୀମାନଙ୍କୁ ସତର୍କ କରି ଦିଆଯାଇଛି। ଏଥିସହିତ ଗଜପତି, ଗଞ୍ଜାମ, ଜଗତସିଂହପୁର, ପୁରୀ, କେନ୍ଦୁଝର, ମୟୂରଭଞ୍ଜ,ବାଲେଶ୍ୱର, କୋରାଫୁଟ ଜିଲ୍ଲାମାନଙ୍କରେ ଆଗାମୀ ୨୪ଘଣ୍ଟା ମଧ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଏହି ଅଞ୍ଚଳର ଅଧିବାସୀମାନଙ୍କୁ ଘରୁ ବାହାରିବା ସମୟରେ ବର୍ଷା, ପବନ, ବିଜୁଳି ଓ ଘଡ଼ଘଡ଼ି ପ୍ରତି ସତର୍କତା ଅବଲମ୍ବନ କରିବାକୁ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

publive-image

ଗତକାଲି ଚାନ୍ଦବାଲିରେ ସର୍ବାଧିକ ତାପମାତ୍ରା ୩୬.୫ଡିଗ୍ରୀ ଥିବା ବେଳେ ହୀରାକୁଦ ଓ ଫୁଲବାଣୀରେ ୨୨.୦ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରହିଥିଲା। ସେହିପରି କନ୍ଧମାଳ, ବାଲେଶ୍ୱର, କେନ୍ଦୁଝର, ମୟୁରଭଞ୍ଜ, ନବରଙ୍ଗପୁର, କଳାହାଣ୍ଡି, ଅନୁଗୁଳ, ଦେଓଗଡ଼, ସୁନ୍ଦରଗଡ଼, ଅନୁଗୁଳ, ଝାରସୁଗୁଡ଼ା, ବଲାଙ୍ଗୀର, ଗଜପତି, ଖୋର୍ଦ୍ଧା, କଟକ ଆଦି ସ୍ଥାନରେ ବର୍ଷା ହୋଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe