ଆଗାମୀ ୪୮ଘଣ୍ଟା ମଧ୍ୟରେ ଏହି ସବୁ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଗାମୀ ୪୮ଘଣ୍ଟା ମଧ୍ୟରେ ଓଡ଼ିଶା ରାଜ୍ୟର ପାଞ୍ଚଟି ଜିଲ୍ଲାରେ ଘଡ଼ଘଡ଼ି ବିଜୁଳି ସହିତ ପ୍ରବଳ ବର୍ଷା  ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ମଙ୍ଗଳବାର ପୂର୍ବାନୁମାନ କରିଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଆଦି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ଆଗାମୀ ୪୮ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ଏଥି ସହିତ ଏହି ଜିଲ୍ଲାର ଅଧିବାସୀମାନଙ୍କୁ ବର୍ଷା, ପବନ, ବିଜୁଳି ଓ ଘଡ଼ଘଡ଼ି ମାରୁଥିବା ସମୟରେ ଯଦି ଘରୁ ବାହାରିବା ଆବଶ୍ୟକ ପଡେ ତେବେ ଏଥିପ୍ରତି ସତର୍କତା ଅବଲମ୍ବନ କରିବାକୁ ପରାମର୍ଶ ଦିଆଯାଇଛି।

ଗତକାଲି ଚାନ୍ଦବାଲିରେ ସର୍ବାଧିକ ତାପମାତ୍ରା ୩୫.୩ ଡିଗ୍ରୀ ଥିବା ବେଳେ ହୀରାକୁଦରେ ୨୦.୯ଡିଗ୍ରୀ ସର୍ବନିମ୍ନ ତାପମାତ୍ରା ରହିଥିଲା। ସେହିପରି ମାଲକାନଗିରି, ସୋନପୁର, ନୟାଗଡ଼, ରାୟଗଡ଼ା, ଖୋର୍ଦ୍ଧା, କଟକ, ବରଗଡ଼, ନବରଙ୍ଗପୁର, ବଲାଙ୍ଗୀର, କେନ୍ଦ୍ରାପଡ଼ା, କଳାହାଣ୍ଡି, ଗଜପତି, ସମ୍ବଲପୁର, ମୟୂରଭଞ୍ଜ, ଭଦ୍ରକ, ଯାଜପୁର, ସୁନ୍ଦରଗଡ଼ ଆଦି ସ୍ଥାନରେ ବର୍ଷା ହୋଇଥିଲା।

ସମ୍ବନ୍ଧିତ ଖବର