ଦୁଇ ଦିନ ପରେ ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ଦୁଇଦିନ ଯାଏଁ ରାଜ୍ୟରେ ସ୍ୱଳ୍ପବର୍ଷାର ସମ୍ଭାବନା ରହି ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପୂର୍ବାନୁମାନ କରାଯାଇଛି। ଅଗଷ୍ଟ ୧୬ ତାରିଖ ପରେ ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ମୟୁରଭଞ୍ଜ କେନ୍ଦୁଝର, ସୁନ୍ଦରଗଡ଼, ଦେଓଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିସହିତ ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା, କଳାହାଣ୍ଡି, ଗଜପତି ଓ ଗଞ୍ଜାମ ଆଦି ଜିଲ୍ଲାଗୁଡ଼ିକରେ ବଜ୍ରପାତ ଆଶଙ୍କା ରହିଛି।

ସେହିପରି ୧୮ରୁ ୧୯ ତାରିଖ ମଧ୍ୟରେ ଉତ୍ତର ଉପକୂଳ ଓଡ଼ିଶା ସମେତ ମୟୁରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ବଲାଙ୍ଗୀର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ କନ୍ଧମାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ଉପକୂଳ ଓଡ଼ିଶା ସମେତ ମୟୁରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ବଲାଙ୍ଗୀର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ ଓ କନ୍ଧମାଳ ଆଦି ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି। ୨୦ ତାରିଖ ବେଳକୁ ପାଗରେ ପରିବର୍ତ୍ତନ ଆସିବ।

ସମ୍ବନ୍ଧିତ ଖବର