୫ଦିନ ପ୍ରବଳ ବର୍ଷିବ! ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୫ରୁ ଊର୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି, ରାୟଗଡ଼ା, ନୂଆପଡ଼ା, କଳାହାଣ୍ଡି, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ରହିଛି। ଏହି ଜିଲ୍ଲାଗୁଡ଼ିକର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ଏହି ସମୟରେ କାଳବୈଶାଖୀ ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, ନବରଙ୍ଗପୁର, ନୂଆପଡ଼ା, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର ଓ ଦେବଗଡ଼ ରହିଛି।

ଏଥିସହିତ ୧୪ରୁ ୧୮ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସହିତ କାଳବୈଶାଖୀ ସମ୍ଭାବନା ରହିଛି। ଏଯାବତ ତାଳଚେରରେ ସର୍ବାଧିକ ତାପମାତ୍ରା ୩୬.୫ଡିଗ୍ରି ସେଲସିୟସ ଥିବା ‌ବେଳେ ଫୁଲବାଣୀରେ ସର୍ବନିମ୍ନ ୨୦.୨ ଡିଗ୍ରି ସେଲସିୟସ ତାପମାତ୍ରା ରହିଛି।

ସମ୍ବନ୍ଧିତ ଖବର