ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ଏ ନେଇ ସ୍ୱତନ୍ତ୍ର ରିଲିଫ କମିସନର (ଏସ୍ଆରସି) ପକ୍ଷରୁ ସମସ୍ତ ଜିଲ୍ଲାପାଳ ମାନଙ୍କୁ ଚିଠି ଲେଖି ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।
ସୂଚନାଯୋଗ୍ୟ, ଭାରତୀୟ ପାଣିପାଗ ବିଭାଗର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ପୂର୍ବାନୁମାନ ଅନୁସାରେ ଆସନ୍ତା ନଭେମ୍ବର ୨ ତାରିଖ ସକାଳ ସାଢ଼େ ୮ଟାରୁ ୩ ତାରିଖ ସକାଳ ସାଢ଼େ ୮ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ଗଂଜାମ ଓ ଗଜପତି ଜିଲ୍ଲାର ଗୋଟିଏ ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏହି ସବୁ ଜିଲ୍ଲା ଗୁଡ଼ିକ ପାଇଁ ଭାରତୀୟ ପାଣିପାଗ ବିଭାଗ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି।
ଏସ୍ଆରସି ପକ୍ଷରୁ ଜିଲ୍ଲାପାଳ ମାନଙ୍କୁ ଲେଖାଯାଇଥିବା ପତ୍ରରେ କୁହାଯାଇଛି ବର୍ଷା ନେଇ ଜନସାଧାରଣଙ୍କ ମଧ୍ୟରେ ସଚେତନତାର ବାର୍ତ୍ତା ଦିଆଯାଉ। ସମ୍ଭାବ୍ୟ ବର୍ଷା ମୁକାବିଲା ଜିଲ୍ଲା ପ୍ରଶାସନ ପକ୍ଷରୁ ଆବଶ୍ୟକ ପଦକ୍ଷେପ ନିଆଯାଉ।
Image Courtesy of Navjeevan Expressସେହିଭଳି ଆଗାମୀ ୨୪ ଘଣ୍ଟା ପାଇଁ ପାଣିପାଗ ବିଭାଗ ପକ୍ଷରୁ ଚାଷୀ ମାନଙ୍କ ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଜିଲ୍ଲାର ଗୋଟିଏ ବା ୨ଟି ସ୍ଥାନରେ ବର୍ଷା ହୋଇପାରେ। ନବରଂଗପୁର, ଗଂଜାମ, କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ସାମାନ୍ୟ ବର୍ଷା ଆଶଙ୍କା ଥିବାବେଳେ ରାଜ୍ୟର ଅନ୍ୟ ଜିଲ୍ଲା ଗୁଡ଼ିକରେ ପାଗ ଶୁଖିଲା ରହିବ।
Follow Us