ଭୁବନେଶ୍ୱର: ପୂର୍ବ ବିହାର ଏବଂ ତତ୍ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ସଂପ୍ରତି ସକ୍ରିୟ ରହିବା ସହ ସମୁଦ୍ର ପତ୍ତନଠାରୁ ୩.୧ କିଲୋମିଟର ଉଚ୍ଚତାରେ ବିସ୍ତାରିତ ହୋଇ ରହିଛି। ତେବେ, ଆସନ୍ତାକାଲି (ରବିବାର) ସୁଦ୍ଧା ଏହା ଦୁର୍ବଳ ହୋଇଯିବାର ସମ୍ଭାବନା ରହିଛି। ତେବେ ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଓଡ଼ିଶା ଓ ଆଭ୍ୟନ୍ତରୀଣ ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।
ଆଜି ଅପରାହ୍ନରେ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି ଯେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ରବିବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ମାଲକାନଗିରି, କୋରାପୁଟ, ରାୟଗଡା ଏବଂ ଗଜପତି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି।
ସେହିପରି ଏହି ସମୟ ମଧ୍ୟରେ ରାୟଗଡା, ମାଲକାନଗିରି, କୋରାପୁଟ, ଗଜପତି, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ନୟାଗଡ଼, ଖୋର୍ଧା, ଗଞ୍ଜାମ, କେନ୍ଦୁୁଝର ଏବଂ ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯିବା ସହ ଘୂର୍ଣ୍ଣିଝଡ଼ ଓ ବଜ୍ରପାତ ସମୟରେ ଘର ଭିତରୁ ପଦାକୁ ନବାହାରିବା ପାଇଁ ଲୋକମାନଙ୍କୁ ପରାମର୍ଶ ଦିଆଯାଇଛି।
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହି ୧୧ଟି ଜିଲ୍ଲାରେ ରହିଛି ଝଡ଼ବର୍ଷା ସମ୍ଭାବନା; ଜାରିହେଲା ୟେଲୋ ଓ୍ଵାଣ୍ଣିଂ
/sambad/media/post_attachments/wp-content/uploads/2020/09/Rain-3.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)