ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ପ୍ରବଳ ବର୍ଷା ସମ୍ଭାବନା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଯାଜପୁର ରହିଛି। ଏସବୁ ଜିଲ୍ଲାକୁ ବର୍ଷା ହେତୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ଏଥିସହିତ ଆସନ୍ତା ୨୪ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କେନ୍ଦୁଝର, ମୟୁରଭଞ୍ଜ, ଢ଼େଙ୍କାନାଳ, କନ୍ଧମାଳ, ରାୟଗଡ଼ା, କୋରାପୁଟ, କଳାହାଣ୍ଡି ଓ ନବରଙ୍ଗପୁର ଆଦି ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି। ଏହି ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

୨୩ରୁ ୨୭ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ  ପ୍ରବଳ ବର୍ଷା ସମ୍ଭାବନା ଥିବା ନେଇ ପୂର୍ବାନୁମାନ କରାଯାଇଛି। ବର୍ତ୍ତମାନ ସୁଦ୍ଧା ଭବାନୀପାଟଣାରେ ୩୭.୬ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୧୯.୦ଡିଗ୍ରି ସେଲସିୟସ ତାପମାତ୍ରା ରହିଛି।