ଭୁବନେଶ୍ବର; ଉତ୍ତର-ପଶ୍ଚିମ ବଙ୍ଗପୋସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ତିନିଦିନ ଯାଏଁ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ୟଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୧୫ରୁ ଊର୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଉକ୍ତ ଜିଲ୍ଳାଗୁଡ଼ିକ ମଧ୍ୟରେ ଗଜପତି, ଗଞ୍ଜାମ, ରାୟଗଡ଼ା, କନ୍ଧମାଳ, କଳାହାଣ୍ଡି, ବୌଦ୍ଧ, ବଲାଙ୍ଗୀର, ଢ଼େଙ୍କାନାଳ, ଅନୁଗୁଳ, ପୁରୀ, ଖୋର୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ବର ଓ ଭଦ୍ରକ ଆଦି ରହିଛି।
ସେହିପରି ଆସନ୍ତା ଅକ୍ଟୋବର ୫ରୁ ୬ ତାରିଖ ମଧ୍ୟରେ ନବରଙ୍ଗପୁର, ରାୟଗଡ଼ା, କଳହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ଅନୁଗୁଳ ଓ କେନ୍ଦୁଝର ଆଦି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାକୁ ବି ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
/sambad/media/post_attachments/f23e7a749fe3c2061751431e5ce3e97ee35d63bb76f83c7777a47dbc67bf72eb.jpg)
ଏଥିସହିତ ଆସନ୍ତା ୬ରୁ ୭ ତାରିଖ ମଧ୍ୟରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ବି ପ୍ରବଳ ବର୍ଷା ସମ୍ଭାବନା ରହିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2020/10/WhatsApp-Image-2020-10-04-at-15.20.53.jpeg)