ଦୁଇଦିନ ପ୍ରବଳ ବର୍ଷା ସମ୍ଭାବନା

Advertisment
ଦୁଇଦିନ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨ଦିନ ଯାଏଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ।

ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର କନ୍ଧମାଳ, ଗଞ୍ଜାମ, ଗଜପତି ଓ ବୌଦ୍ଧରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁବର୍ଣ୍ଣପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବରଗଡ଼,ସମ୍ବଲପୁର ଓ ଅନୁଗୁଳର ଗୋଟିଏ ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି।

publive-image

ଏତଦ ବ୍ୟତୀତ ଜୁନ ୩ରୁ ୪ ତାରିଖ ମଧ୍ୟରେ ନବରଙ୍ଗପୁର, କୋରାପୁଟ ଓ କନ୍ଧମାଳରେ ବି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଦିନ କାଳବୈଶାଖୀ ଆଶଙ୍କା ଥିବା ଜିଲ୍ଲାଗୁଡ଼ିକ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, କୋରାପୁଟ, କନ୍ଧମାଳ, ରାୟଗଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ବି ପାଣିପାଗ କେନ୍ଦ୍ରପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe