୨୪ଘଣ୍ଟା ମଧ୍ୟରେ ଏସବୁ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

Advertisment
୨୪ଘଣ୍ଟା ମଧ୍ୟରେ ଏସବୁ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆଗାମୀ ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା ଓ ମୟୁରଭଞ୍ଜ ଆଦି ରହିଛି।

ସେହିପରି ଆଗାମୀ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା,କୋରାପୁଟ, ମାଲକାନଗିରି, ବୌଦ୍ଧ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ କାଳବୈଶାଖୀ ସହିତ ବଜ୍ରପାତ ଆଶଙ୍କା ରହିଛି।

ଏହି ସମୟରେ ୪୦ରୁ ୫୦ କିମି ବେଗରେ ପବନ ବି ବୋହିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ଉକ୍ତ ଜିଲ୍ଲାର ବାସିନ୍ଦାଙ୍କୁ କାଳବୈଶାଖୀ ସମୟରେ ସତର୍କ ରହିବାକୁ ପରାମର୍ଶ ଦିଆଯିବା ସହିତ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏଯାବତ ସୁନ୍ଦରଗଡ଼ରେ ସର୍ବାଧିକ ୪୧.୫ଡିଗ୍ରି ସେଲସିୟସ ତାପମାତ୍ରା ଥିବା ବେଳେ ସର୍ବନିମ୍ନ ୨୧.୫ଡିଗ୍ରି ତାପମାତ୍ରା ଫୁଲବାଣୀରେ ରହିଛି।

ଏତଦ ବ୍ୟତୀତ ଜୁନ ୯ରୁ ୧୩ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe