ଭୁବନେଶ୍ବର: ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ସର୍ବାଧିକ ତାପମାତ୍ରା ବୌଦ୍ଧରେ ଥିବା ବେଳେ ସର୍ବନିମ୍ନ ତାପମାତ୍ରା ୨୦.୦ଡିଗ୍ରି ଫୁଲବାଣୀରେ ରହିଛି। ତେବେ ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ମାଲକାନଗିରି, କୋରାପୁଟ, ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୁରଭଞ୍ଜ,ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,ଜଗତସିଂହପୁର, ନବରଙ୍ଗପୁର ଓ ଦେବଗଡ଼ ଆଦି ରହିଛି। ଏହି ଜିଲ୍ଲାଗୁଡ଼ିକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି। ଏହି ସମୟରେ ୩୦ରୁ ୪୦କିମି ବେଗରେ ପବନ ବି ବହିପାରେ। ତେଣୁ ଉକ୍ତ ଜିଲ୍ଲାଗୁଡ଼ିକୁ ବି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
/sambad/media/post_attachments/07cac9052e8b4418e4567ef55493dce8bbe9fc5554ce4705dbd56c05c450b6f9.webp)
ଏତଦ୍ ବ୍ୟତୀତ ୧୦ରୁ ୧୪ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅନେକ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଫଳରେ ଅକସ୍ମାତ୍ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇପାରେ। ସେହିପରି ମାଟିରାସ୍ତା ଧସିଯିବା, ପାହାଡ଼ିଆ ଅଞ୍ଚଳରେ ଭୂ-ସ୍ଖଳନ ଓ ମ୍ୟୁନିସିପାଲିଟି ଅଞ୍ଚଳରେ ଯାତାୟାତ ବାଧାପ୍ରାପ୍ତ ହୋଇପାରେ। ଏଥିଯୋଗୁଁ ପନିପରିବା ଚାଷ ମଧ୍ୟ ନଷ୍ଟ ହେବାର ସମ୍ଭାବନା ରହିଛି। ତେଣୁ ସତର୍କତା ଅବଲମ୍ବନ କରିବା ପାଇଁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ରାଜ୍ୟବାସୀଙ୍କୁ ସତର୍କ କରାଇ ଦିଆଯାଇଛି।
ଅପରପକ୍ଷେ ୧୦ରୁ ୧୨ ତାରିଖ ମଧ୍ୟରେ କେନ୍ଦ୍ରୀୟ ବଙ୍ଗୋପସାଗର ତଥା ସଂଲଗ୍ନ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଝଡ଼ବର୍ଷା ସହ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି। ତେଣୁ ଏହି ସମୟ ମଧ୍ୟରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/06/Rain-Alert-Over-10-Districts_Weather_Thumbnail.jpg)