ଭୁବନେଶ୍ବର: ଆସନ୍ତା ୨୪ଘଣ୍ଟା ମଧ୍ୟରେ ରାଜ୍ୟର ୭ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, ନବରଙ୍ଗପୁର ଓ ନୂଆପଡ଼ା ରହିଛି। ଉକ୍ତ ଜିଲ୍ଲାଗୁଡ଼ିକୁୁ ପ୍ରବଳ ବର୍ଷା ପାଇଁ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Advertisment

ସେହିପରି ଆସନ୍ତା ଜୁନ ୧୬ରୁ ୧୭ ତାରିଖ ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, କେନ୍ଦୁଝର ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ବି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏତଦ ବ୍ୟତୀତ ଜୁନ ୧୮ରୁ ୧୯ ତାରିଖ ମଧ୍ୟରେ ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ ଆଦି ଜିଲ୍ଲାରେ ବି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏବେ ସୁଦ୍ଧା ବୌଦ୍ଧରେ ସର୍ବାଧିକ ତାପମାତ୍ରା ୩୫.୦ଡିଗ୍ରି ଥିବା ବେଳେ ସର୍ବନିମ୍ନ ତାପମାତ୍ରା ୧୯.୫ଡିଗ୍ରି ସେଲସିୟସ ରହିଛି।