ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, ନୂଆପଡ଼ା, ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼ ଓ କେନ୍ଦୁଝର ଆଦି ରହିଛି। ଏହି ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଆସନ୍ତା ୨୪ଘଣ୍ଟା ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, ନୂଆପଡ଼ା, ବଲାଙ୍ଗୀର, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼, ସୁନ୍ଦରଗଡ଼, କେନ୍ଦୁଝର, କଟକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଧା ଓ ପୁରୀ ଆଦି ଜିଲ୍ଲାରେ ବଜ୍ରପାତ ଆଶଙ୍କା ରହିଛି।
ଏଥିସହିତ ୨୬ରୁ ୨୮ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ବି କରାଯାଇଛି।
ଏବେ ସୁଦ୍ଧା ଚାନ୍ଦବାଲିରେ ୩୪.୮ଡିଗ୍ରି ସେଲସିୟସ ସର୍ବାଧିକ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ୧୮.୫ଡିଗ୍ରି ସେଲସିୟସ ସର୍ବନିମ୍ନ ତାପମାତ୍ରା ରହିଛି।