ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଊର୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

Advertisment
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଊର୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୦ରୁ ଊର୍ଧ୍ବ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ ପ୍ରକାଶ। ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ବର, ନୂଆପଡ଼ା, ବରଗଡ଼, ସୁବର୍ଣ୍ଣପୁର ଓ ବଲାଙ୍ଗୀର ଆଦି ରହିଛି। ପ୍ରବଳ ବର୍ଷା ପାଇଁ ଉକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

publive-image

ଏଥିସହିତ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, କନ୍ଧମାଳ, ନୟାଗଡ଼, ଖୋର୍ଧା ଓ ପୁରୀ  ଆଦି ଜିଲ୍ଲାରେ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଏତଦ ବ୍ୟତୀତ ୯ରୁ ୧୩ ତାରିଖ ମଧ୍ୟରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଯାବତ ବାରିପଦାରେ ସର୍ବାଧିକ ୩୮.୮ଡିଗ୍ରି ସେଲସିୟସ ତାପମାତ୍ରା ଥିବା ବେଳେ ଫୁଲବାଣୀରେ ସର୍ବନିମ୍ନ ୧୬.୦ଡିଗ୍ରି ସେଲସିୟସ ତାପମାତ୍ରା ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe